ଲୋକେ ପିଉଛନ୍ତି ଖୋଳା ନଦୀ ଅପମିଶ୍ରିତ ଜଳ

ମହାକାଳପଡ଼ା,୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ଉପାନ୍ତ ବତିଘର ପଞ୍ଚାୟତ ଦକ୍ଷିଣ ଖୋଳା ନଦୀକୂଳ ବାସିନ୍ଦାଙ୍କ ପାଇଁ ପାନୀୟ ଜଳ ସମସ୍ୟା ଉପୁଜିଛି। ଏହି ଅଞ୍ଚଳରେ ସ୍ଥାପନ ହୋଇଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇପଡିଛି। ପ୍ରକଳ୍ପ ଅଚଳ ଯୋଗୁ ବାଧ୍ୟହୋଇ ଖୋଳା ନଦୀ ଅପମିଶ୍ରିତ ଜଳକୁ ପାନୀୟ ଜଳ ରୂପେ ଗ୍ରହଣ କରୁଛୁ ବୋଲି ସ୍ଥାନୀୟ ମହିଳାମାନେ ଅଭିଯୋଗ କରିଛନ୍ତି। ବର୍ଷାଦିନରେ ଖୋଳା ନଦୀରେ କୁମ୍ଭୀର ଆକ୍ରମଣ ଭୟ ଥିବାରୁ ସତର୍କତା ସହକାରେ ନଦୀରୁ ପାନୀୟ ଜଳ ସଂଗ୍ରହ କରୁଛୁ ବୋଲି କହିଛନ୍ତି ଭାରତୀ ମଣ୍ଡଳ , ଶ୍ରୀମତୀ ମଣ୍ଡଳଙ୍କ ସମେତ ଅନ୍ୟମାନେ। ସ୍ଥାନୀୟ ସରପଞ୍ଚଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କିଛି ପାନୀୟ ଜଳ ସମସ୍ୟା ସମାଧାନ ହୋଇପାରିନାହିଁ। ତେବେ ଏହି ଖୋଳା ନଦୀ ମହାନଦୀ ଶାଖା ହୋଇଥିବାରୁ ନିକଟସ୍ଥ ପାରାଦୀପ ଶିଳ୍ପାଞ୍ଚଳର ବର୍ଜ୍ୟବସ୍ତୁ ନଦୀରେ ମିଶିବା ଯୋଗୁ ବିଷାକ୍ତରେ ପରିଣତ ହେଉଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଏହି ବିଷାକ୍ତ ଜଳକୁ ପାନୀୟ ଜଳ ରୂପେ ଗ୍ରହଣ କରୁଥିବ ଶିଶୁ, ଗର୍ଭବତୀମାନେ ସଂକ୍ରମିତ ରୋଗ ହେବା ଆଶଙ୍କା ରହିଛି। ଅପରପକ୍ଷରେ ଖୋଳା ନଦୀରେ ବହୁସଂଖ୍ୟାରେ କୁମ୍ଭୀର ଦେଖିବାକୁ ମିଳେ ବୋଲି ଶ୍ରୀମତୀ ମଣ୍ଡଳ କହିଛନ୍ତି। ପିଇବା ପାଣି ପାଇଁ ନଦୀରୁ ଆଣୁଥିବା ସମୟରେ ଯଦି କୁମ୍ଭୀର ଆକ୍ରମଣରେ ଶିକାର ହେଉ ତା’ହେଲେ ଏଥିପାଇଁ ଉତ୍ତରଦାୟୀ କିଏ ରହିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କରେ ବ୍ଲକ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ସୁବ୍ରତ କୁମାର ସାହୁଙ୍କୁ ପଚାରିବାରେ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହେବା ନେଇ ଖବର ଜାଣି ନ ଥିଲୁ। ତୁରନ୍ତ ସମାଧାନ କରିବା ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?