ବନ୍ୟାରେ ଛଟପଟ ହେଉଛନ୍ତି ଲୋକେ,ସରକାର ମିଛ ପ୍ରଚାରରେ ବ୍ୟସ୍ତ: କଂଗ୍ରେସ

ଭୁବନେଶ୍ବର, ୨୬ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ଜଳମଗ୍ନ ହୋଇ ହଜାର ହଜାର ଏକର ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୨୨ ବର୍ଷ କ୍ଷମତାରେ ଥିବା ରାଜ୍ୟ ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁ ରାଜ୍ୟବାସୀ ବନ୍ୟା ଯନ୍ତ୍ରଣାରେ ଛଟପଟ ହେଉଥିଲା ବେଳେ ସରକାର କେବଳ ମିଛ ପ୍ରଚାରରେ ବ୍ୟସ୍ତ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି,।

କଂଗ୍ରେସ ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ଲୋକଙ୍କ ପାଖରେ ରିଲିଫ୍‌ ପହଞ୍ଚିପାରିଲା ନାହିଁ। ଲୋକଙ୍କ ଦୁର୍ଦ୍ଦିଶା ଆକଳନ କରିବା ପାଇଁ ମଧ୍ୟ ସରକାରୀ କଳ ଗ୍ରାଉଣ୍ଡ ଜିରୋରେ ପହଞ୍ଚିଲେ ନାହିଁ । ନିଜ ବାସ, ବେଉସା ଓ ଫସଲ ଉଜୁଡ଼ିଯାଇଥିଲାବେଳେ ଲୋକଙ୍କ ପ୍ରତି ରାଜ୍ୟ ସରକାର କେବଳ ପ୍ରତାରଣା କରିଚାଲିଛନ୍ତି। ଜିରୋ କାଜୁଆଲ୍‌ଟି ନେଇ ମୁଖ୍ୟମନ୍ତ୍ରୀ କେବଳ ଏକ ଫମ୍ପା ପ୍ରଚାର କରୁଛନ୍ତି। ସରକାରଙ୍କର ଅଦୂରଦର୍ଶିତା ଓ ଅପରିଣାମଦର୍ଶିତା ପାଇଁ ରାଜ୍ୟବାସୀ ବନ୍ୟାରେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଯଦି ରାଜ୍ୟ ସରକାରଙ୍କର ସତ୍‌ସାହସ ଅଛି ଏବଂ ବନ୍ୟା ନିୟନ୍ତ୍ରଣ ପାଇଁ ସାମନ୍ୟତମ ଆନ୍ତରିକତା ଅଛି ତେବେ ସର୍ବଦଳୀୟ ଓ ବିଶେଷଜ୍ଞମାନଙ୍କ ବୈଠକ ଡାକନ୍ତୁ ବୋଲି ଶରତ ସରକାରଙ୍କୁ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri