ବନ୍ୟାରେ ଛଟପଟ ହେଉଛନ୍ତି ଲୋକେ,ସରକାର ମିଛ ପ୍ରଚାରରେ ବ୍ୟସ୍ତ: କଂଗ୍ରେସ

ଭୁବନେଶ୍ବର, ୨୬ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ଜଳମଗ୍ନ ହୋଇ ହଜାର ହଜାର ଏକର ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୨୨ ବର୍ଷ କ୍ଷମତାରେ ଥିବା ରାଜ୍ୟ ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁ ରାଜ୍ୟବାସୀ ବନ୍ୟା ଯନ୍ତ୍ରଣାରେ ଛଟପଟ ହେଉଥିଲା ବେଳେ ସରକାର କେବଳ ମିଛ ପ୍ରଚାରରେ ବ୍ୟସ୍ତ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି,।

କଂଗ୍ରେସ ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ଲୋକଙ୍କ ପାଖରେ ରିଲିଫ୍‌ ପହଞ୍ଚିପାରିଲା ନାହିଁ। ଲୋକଙ୍କ ଦୁର୍ଦ୍ଦିଶା ଆକଳନ କରିବା ପାଇଁ ମଧ୍ୟ ସରକାରୀ କଳ ଗ୍ରାଉଣ୍ଡ ଜିରୋରେ ପହଞ୍ଚିଲେ ନାହିଁ । ନିଜ ବାସ, ବେଉସା ଓ ଫସଲ ଉଜୁଡ଼ିଯାଇଥିଲାବେଳେ ଲୋକଙ୍କ ପ୍ରତି ରାଜ୍ୟ ସରକାର କେବଳ ପ୍ରତାରଣା କରିଚାଲିଛନ୍ତି। ଜିରୋ କାଜୁଆଲ୍‌ଟି ନେଇ ମୁଖ୍ୟମନ୍ତ୍ରୀ କେବଳ ଏକ ଫମ୍ପା ପ୍ରଚାର କରୁଛନ୍ତି। ସରକାରଙ୍କର ଅଦୂରଦର୍ଶିତା ଓ ଅପରିଣାମଦର୍ଶିତା ପାଇଁ ରାଜ୍ୟବାସୀ ବନ୍ୟାରେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଯଦି ରାଜ୍ୟ ସରକାରଙ୍କର ସତ୍‌ସାହସ ଅଛି ଏବଂ ବନ୍ୟା ନିୟନ୍ତ୍ରଣ ପାଇଁ ସାମନ୍ୟତମ ଆନ୍ତରିକତା ଅଛି ତେବେ ସର୍ବଦଳୀୟ ଓ ବିଶେଷଜ୍ଞମାନଙ୍କ ବୈଠକ ଡାକନ୍ତୁ ବୋଲି ଶରତ ସରକାରଙ୍କୁ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?