ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ ସମାଧାନ ହୋଇପାରୁନାହିଁ। ଫଳରେ ବର୍ତ୍ତମାନ ପଦ୍ମପୁର ଜନସାଧାରଣ ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି ବୋଲି କାଉନ୍‌ସିଲର କୁନାଲ ପାଣିଗ୍ରାହୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଳ ସମସ୍ୟା ନିରାକରଣ ନଁାରେ ପ୍ରାୟ ୭୦ କୋଟି ଟଙ୍କା ବ୍ୟୟରେ ଅଙ୍ଗ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରାଗଲା, ହେଲେ ସଠିକ ପର୍ଯ୍ୟବେକ୍ଷଣ ଓ ନିମ୍ନମାନର ଯୋଜନା ଯୋଗୁ ଏହାର ଜଳଧାରଣ କ୍ଷମତା ନାହିଁ ସଦୃଶ। ଏପ୍ରିଲରେ ଏହି ବ୍ୟାରେଜରେ ୪ ମିଟର ପାଣି ରହିବା କଥା କିନ୍ତୁ ଦୁଃଖର କଥା ଜାନୁଆରୀରେ ଏହି ବ୍ୟାରେଜରେ ୪ ମିଟର ପାଣି ରହୁନାହିଁ। ଅନ୍ୟପଟେ ପଦ୍ମପୁରକୁ ପାଣି ଯୋଗାଉଥିବା ନାଗେନ ଦର୍ହା ଇଣ୍ଟେକ ୱେଲ ପାଖରେ ମଧ୍ୟ ସ୍ଥାୟୀ ଆନିକଟ ପାଇଁ ଦାବି ହେଉଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ। ତେବେ ସରକାର ଏହି ସମସ୍ୟାକୁ ଗୁରୁତ୍ୱ ଦେଇ ସ୍ଥାୟୀ ସମାଧାନ ପାଇଁ ପଦକ୍ଷେପ ନେବେ ବୋଲି ପାଣିଗ୍ରାହୀ ଅନୁରୋଧ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri