ରେଲଓ୍ବେକୁ ଜାଗା ଦେଇ ହଇରାଣ ହେଉଛନ୍ତି ଲୋକେ

ସୁନାବେଡା, ୪ା୪ (ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡିସ୍ଥିତ ନାଲ୍‌କୋ ଭିଆଇପି ଅତିଥି ଭବନରେ ଅବିଭକ୍ତ କୋରାପୁଟ ଜିଲାର ରେଲୱେ ଜମିହରା ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ରଙ୍କ କୋରାପୁଟ ଜିଲା ଗସ୍ତ ଅବସରରେ ସଂଘ ଏହି ଦାବିପତ୍ର ଦେଇଥିଲା। ଦୀର୍ଘବର୍ଷ ହେବ କୋରାପୁଟଠାରୁ ରାୟଗଡ଼ା ପର୍ଯ୍ୟନ୍ତ ନିର୍ମିତ ରେଳ ଲାଇନ ପାଇଁ ୧୦୯ଟି ଗ୍ରାମର ୧୩୮୦ ଜଣ ୨୬୫୭.୬୨ ଏକର ଜମି ହରାଇଥିଲେ । ଯେଉଁଥିରେ ୧୧ ପରିବାର ନିଜ ଘରଡିହ ହରାଇଥିବା ବେଳେ ୧୧୦ ପରିବାର ନିଜର ସମ୍ପୂର୍ଣ୍ଣ ଚାଷଜମି, ୧୦୨୭ଜଣ ୨୫ରୁ ୫୦ ଭାଗ,୧୪୮ଜଣ ୭୫ ଭାଗ, ୮୭ଜଣ ୫୦ରୁ ୭୫ଭାଗ ଚାଷଜମି ହରାଇଥିଲେ। ସେମାନଙ୍କ ମଧ୍ୟରୁ ମାତ୍ର ୧୮୮ ଜଣଙ୍କୁ ରେଲଓ୍ବେ ଥଇଥାନ କରିଛି। ରେଲଓ୍ବେ ସେମାନଙ୍କ ଜମି ନେଇଥିବାରୁ ସେମାନଙ୍କୁ ଥଇଥାନ କରି ଚାକିରି ଦେବ ବୋଲି ଏହି ଜମିହରାମାନେ ଆଶା ରଖିଥିଲେ। ମାତ୍ର ରେଲଓ୍ବେ ଏପର୍ଯ୍ୟନ୍ତ ସେମାନଙ୍କୁ ଥଇଥାନ କରିନି କି ଚାକିରି ମଧ୍ୟ ଦେଇନି। ଫଳରେ ଜାଗାବାଡି ଦେଇ ଏବେ ଲୋକେ ହଇରାଣ ହେଉଛନ୍ତି। ଘରବାଡି ହରାଇଥିବା ଅବଶିଷ୍ଟ ୧୧୯୨ ଜଣଙ୍କୁ ରେଲଓ୍ବେ କେବେ ଚାକିରି ଦେଇ ଥଇଥାନ କରିବ ସେନେଇ ସଂଘ ପ୍ରଶ୍ନ ଉଠାଇଛି। ଏ ଦିଗରେ ଗୁରୁତ୍ୱ ଦେଇ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ରେଳ ଧାରଣାରେ ଧାରଣା ଦେବୁ ବୋଲି ଚେତାବନୀ ଦେଇଛନ୍ତି ଜମିହରା ସଂଘ ସମ୍ପାଦକ ପଦନ ଗୌଡ଼। ସୂଚନାଯୋଗ୍ୟ, ଏ ସମ୍ପର୍କରେ ଆଜିକୁ ୬ ବର୍ଷରୁ ଊଦ୍ଧର୍‌ବ ହେବ ଜିଲା ପ୍ରଶାସନଠାରୁ ଆରମ୍ଭକରି ରାଜ୍ୟ ସରକାର,ରେଲଓ୍ବେର ବରିଷ୍ଠ ଅଧିକାରୀ ଏବଂ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ସଂଘ ପକ୍ଷରୁ ଅବଗତ କରାଯାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା ସଂଘ ସଭାପତି ଜଳନ୍ଧର ଖିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri