ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହେଲେ ବ୍ୟକ୍ତି ବିଶେଷ

ନବରଙ୍ଗପୁର,୨୬।୧(ସଦାଶିବ ପ୍ରହରାଜ): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲାପାଳ ମହେଶ୍ବର ସ୍ବାଇଁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ସମ୍ମୀଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ୨୭ଟି ପରେଡ଼ ଦଳ ସାମିଲ ହୋଇଥିଲେ। ଏଥିସହ ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନର ସ୍ମୃତି ଚାରଣ କରି ସାଧାରଣତନ୍ତ୍ର ଦିବସର ମହତ୍ତ୍ୱ ସହ ଭାରତୀୟ ସ୍ବାଧୀନତା
ସଂଗ୍ରାମରେ ନବରଙ୍ଗପୁର ଜିଲାର ଭୂମିକା ସମ୍ବନ୍ଧରେ ବର୍ଣ୍ଣନା କରିଥିଲେ । ସରକାରଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନା, ବିଭିନ୍ନ ଉନ୍ନୟନ ପ୍ରକଳ୍ପ, ବିକାଶ ପାଇଁ ଆସିଥିବା ବିଭିନ୍ନ ପ୍ରକଳ୍ପର ଅନୁଦାନ ସମ୍ପର୍କରେ ନିଜର ଅଭିଭାଷଣ ରଖିଥିଲେ । ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ କୃଷି, ସମାଜ କଲ୍ୟାଣ, ଶିକ୍ଷା, ପୌର ସଂସ୍ଥା, ଶ୍ରମ ବିଭାଗ, ଜଳଭିଭାଜିକା ଆଦି ବିଭାଗର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା ।
ବିଭିନ୍ନ ସ୍କୁଲ ଓ ଅନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କୁ ନେଇ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଏସପି ମଡକର ସନ୍ଦୀପ ସମ୍ପଦ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦର୍ରାନ, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ(ସାଧାରଣ), ବିଶ୍ୱଜିତ୍‌ ବର୍ମନ(ରାଜସ୍ବ), ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

 

Share