ମାଡୁଛି ଡେଙ୍ଗୁ, ଲୋକେ ଆତଙ୍କିତ

ରାଇବଣିଆ, ୧୯ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସର୍ଦାରବନ୍ଧ ପଞ୍ଚାୟତ ଚୂଡ଼ାମଣିପୁର, ବୋଇତାଳୁପଦା ଓ ପଞ୍ଚୁଘଣ୍ଟାରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏହି ଗାଁର ପ୍ରତି ପରିବାରରେ କେହି ନା କେହି ଜ୍ୱରରେ ପୀଡ଼ିତ ଅଛନ୍ତି। ୩ ଗାଁରେ ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ଦେଖି ହାତୀଗଡ଼ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୋମବାର  ୨୪ଜଣ ଆକ୍ରାନ୍ତଙ୍କ ରକ୍ତନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ନମୁନା ପରୀକ୍ଷା ପରେ ୧୨ଜଣଙ୍କ ରିପୋର୍ଟ ପଜିଟିଭ ରିପୋର୍ଟ ଆସିଛି।
ସୁଗୋ, ପଞ୍ଚୁଘଣ୍ଟାରେ ୮ଜଣ ଆକ୍ରାନ୍ତ ହୋଇଥିବା ବେଳେ ଜଳେଶ୍ୱରରେ  ମୋଟ ୨୦ଜଣ ଆକ୍ରାନ୍ତ ହୋଇଥିବା ମେଡିକାଲ ଅଫିସର ପ୍ରଭାସ କୁମାର ନାୟକ ସୂଚନା ଦେଇଛନ୍ତି। ଏତେସଂଖ୍ୟାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଛି। ବାଲେଶ୍ୱର ସାସ୍ଥ୍ୟ ବିଭାଗର ଅଧିକାରୀ ବିସି ସୁରଙ୍କ ନେତୃତ୍ୱରେ ଏକ ଦୁଇ ଜଣିଆ ଟିମ୍‌ ଗାଁକୁ ଯାଇ ସ୍ଥିତି ପରୀକ୍ଷା କରିଛନ୍ତି। ସେହିପରି ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗାଁର ଆଶା କର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ନେଇ ଏକ ଟିମ୍‌ ନିୟମିତ ଉକ୍ତ ଅଞ୍ଚଳକୁ ଯାଉଛନ୍ତି। ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସହ ଡେଙ୍ଗୁ ମୁକାବିଲା ପାଇଁ ସଚେତନ କରାଉଛନ୍ତି ବୋଲି ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡାକ୍ତର ପ୍ରଭାସ ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି। ଏପରି ସମୟରେ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ଏକ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ପ୍ରତିଷ୍ଠା ସହ ରକ୍ତନମୁନା ସଂଗ୍ରହ ସହ ପରୀକ୍ଷା ସଂଖ୍ୟା ବୃଦ୍ଧି ପାଇଁ ସାଧାରଣରେ ଦାବି ହୋଇଛି। ଅସ୍ଥାୟୀ କ୍ୟାମ୍ପ ପ୍ରତିଷ୍ଠା ଦାବି କରିଛନ୍ତି। ସର୍ଦ୍ଦାରବନ୍ଦ ପଞ୍ଚାୟତରେ ପ୍ରଥମେ ୩ଟି ଡେଙ୍ଗୁ ରୋଗୀ ଚିହ୍ନଟ କରାଯାଇ ବାଲେଶ୍ୱର ବଡ଼ ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଯାଇଥିଲା । ଜଣେ ଡେଙ୍ଗୁ ରୋଗୀ ସୁସ୍ଥ ହୋଇ ଘରକୁ ଆସିଥିଲା ବେଳେ ଆଉ ୨ ଜଣ ବାଲେଶ୍ୱରରେ ଚିକିତ୍ସିତ ହେଉଛନ୍ତି। ସର୍ଦ୍ଦାରବନ୍ଧ  ପଞ୍ଚାୟତରେ ଡେଙ୍ଗୁ ରୋଗୀର ନିରାକରରଣ ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ମାଧ୍ୟମରେ  ମନ୍ତ୍ରୀ ଅଶ୍ୱିନୀ ପାତ୍ର ଜଣାଇଛନ୍ତି । ଏନେଇ ହାତୀଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ପ୍ରଭାସ କୁମାର ନାୟକ ପ୍ରତିକ୍ରିୟାରେ କହିଛନ୍ତି, ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହେଲେ ତାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇ ଡେଙ୍ଗୁ ରୋଗୀ ଚିହ୍ନଟ କରାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri