Posted inଜାତୀୟ

ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଯୋଗୁ ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି…

ଲକ୍ଷ୍ନୌ, ୨୭।୧୨: ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଅତ୍ୟନ୍ତ ଦୁଃଖଦ ତଥା ଯନ୍ତ୍ରଣାଦାୟକ ଘଟଣା। ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି। ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ପକ୍ଷରୁ ଏକ ମାମଲାର ବିଚାର କରି ଏଭଳି କୁହାଯାଇଛି। ୧୨ ଜଣ ଆଇନଜୀବୀଙ୍କ ବିରୁଦ୍ଧରେ ହୋଇଥିବା ଅବମାନନା ମାମଲାର ବିଚାର ସମୟରେ କୋର୍ଟ ଏହା କହିଛନ୍ତି।

ବିଚାରପତି ଦେବେନ୍ଦ୍ର କୁମାର ଉପାଧ୍ୟାୟ ଏବଂ ନରେନ୍ଦ୍ର କୁମାର ଜୋହାରିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଆଇନଜୀବୀ କୋର୍ଟର ଅଫିସର ଭାବେ କାର୍ଯ୍ୟ କରିଥାନ୍ତି। ତାଙ୍କ ଦ୍ୱାରା ଅବମାନନା ଅଭିଯୋଗ ଆସିବା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ଥିବା ଆସ୍ଥା ଉପରେ ପ୍ରଶ୍ନ ଚିହ୍ନ ଲାଗୁଛି।

୨୧ ବର୍ଷ ତଳେ ୨୦୦୦ ନଭେମ୍ବର ୧୪ ଏବଂ ଡିସେମ୍ବର ୧ରେ ଆଇନଜୀବୀଙ୍କ ଆନ୍ଦୋଳନ ସମୟରେ ୧୨ ଜଣ ଆଇନଜୀବୀ ଦାୟିତ୍ୱରେ ଥିବା ଗୋଣ୍ଡା ଜିଲା ଜଜ୍‌ଙ୍କୁ ଖରାପ ବ୍ୟବହାର ଦେଖାଇଥିଲେ। ଏନେଇ ୨୦୦୧ ଅକ୍ଟୋବର ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପାଖରେ ଏହି ଆବେଦନ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri