୧୦୮ ଆମ୍ବୁଲାନ୍ସର ଅପବ୍ୟବହାର କରୁଛନ୍ତି ଲୋକେ

ପଦ୍ମପୁର,୧୩।୬ (ଡି.ଏନ୍‌.ଏ.): ଦୁର୍ଘଟଣା କିମ୍ବା କୌଣସି ରୋଗରେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜୀବନ ରକ୍ଷା କରିବା ଉଦ୍ଦେଶ୍ୟରେ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇଛନ୍ତି। ତେବେ ଅନେକ ଲୋକ ଏହାର ଅପବ୍ୟବହାର କରୁଥିବା ଖବର ବାରମ୍ବାର ସାମ୍ନାକୁ ଆସୁଛି। ଶନିବାର ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ବାଇକ୍‌ରୁ ପଡ଼ି ସାମାନ୍ୟ ଆହତ ହୋଇଥିବା ଜଣେ ବ୍ୟକ୍ତି ଶନିବାର ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିଲେ। ସାମାନ୍ୟ ଆହତ ହୋଇଥିବାରୁ ଦାୟିତ୍ୱରେ ଥିବା ସର୍ଜରୀ ବିଭାଗ ପ୍ରଫେସର୍‌ ରାମକୃଷ୍ଣ ଧଳ ତାଙ୍କର ଚିକିତ୍ସା କରିବା ସହ ଔଷଧ ଲେଖିଦେଇ ଘରକୁ ଯିବାକୁ ପରାମର୍ଶ ଦେଇଥିଲେ। ହେଲେ ବ୍ୟକ୍ତି ଜଣଙ୍କ ନିଜ ଘର ଗୁଣପୁରକୁ ଯିବା ପାଇଁ ମିଛ କଥା କହି ଆମ୍ବୁଲାନ୍ସକୁ ଡାକିଥିଲେ। ପଦ୍ମପୁର ଅଞ୍ଚଳରେ ସେତେବେଳେ ଆମ୍ବୁଲାନ୍ସ ଉପଲବ୍ଧ ନ ଥିଲା। ଡାକ୍ତର ଗୁଣପୁରକୁ ରେଫର କରିଥିବା କହି ଡାକିବାରୁ ୨୦ କି.ମି. ଦୂର ରାମନାଗୁଡ଼ା ବ୍ଲକରୁ ଆମ୍ବୁଲାନ୍ସ ଆସି ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲା। ଏହା ଜାଣିବା ପରେ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଧଳ ଆହତ ବ୍ୟକ୍ତିଙ୍କୁ ତାଗିଦ କରିବା ସହ ଆମ୍ବୁଲାନ୍ସକୁ ପଠାଇ ଦେଇଥିଲେ। କିଛି ସମୟ ପରେ ଆହତ ବ୍ୟକ୍ତି ପରିବାର ଲୋକଙ୍କୁ ଡାକି ବାଇକ୍‌ରେ ଗୁଣପୁର ଯାଇଥିଲେ।
କିଛି ଲୋକଙ୍କ ଆମ୍ବୁଲାନ୍ସର ଅପବ୍ୟବହାର ଯୋଗୁ ଅନେକ ସମୟରେ ଜରୁରୀସେବା ଉଦ୍ଦେଶ୍ୟରେ ଥିବା ୧୦୮ ଆମ୍ବୁଲାନ୍ସ ଗୁରୁତରଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଏଭଳି ଅଯଥାରେ ଆମ୍ବୁଲାନ୍ସର ଅପବ୍ୟବହାର ନ କରିବାକୁ ବୁଦ୍ଧିଜୀବୀଙ୍କ ମଧ୍ୟରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri