ଭାଷା ଆଇନ ସମ୍ପର୍କରେ ଅବଗତ ନୁହନ୍ତି ଲୋକେ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ସରକାରୀ କାର୍ଯ୍ୟରେ ଏପର୍ଯ୍ୟନ୍ତ ଓଡ଼ିଆ ଭାଷାର ସମ୍ପୂର୍ଣ୍ଣ ବ୍ୟବହାର କରାଯାଉନାହିଁ। ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଥିବା ନେଇ ବୁଦ୍ଧିଜୀବୀମାନେ ବାରମ୍ବାର ମତବ୍ୟକ୍ତ କରିଥିବାବେଳେ ସରକାର କେବଳ ଆଇନ ଆଣିଦେଇ ଚୁପ୍‌ ବସିଛନ୍ତି। ବଡ଼କଥା ହେଲା, ଓଡ଼ିଶା ସରକାରୀ ଭାଷା ଅଧିନିୟମ ସମ୍ପର୍କରେ ଅନେକେ ଅବଗତ ନାହାନ୍ତି। ତେଣୁ ଆଇନ ଉଲ୍ଲଂଘନ ହେଉଥିଲେ ମଧ୍ୟ ଅଭିଯୋଗ ଆସୁନି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବିଧାନସଭାରେ ଦେଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶା ସରକାରୀ ଭାଷା ଅଧିନିୟମ ଉଲ୍ଲଂଘନ କରିଥିବା ଜଣେ ବି ବ୍ୟକ୍ତିଙ୍କ ନାମରେ ଅଭିଯୋଗ ରାଜ୍ୟ ସରକାରଙ୍କ ହସ୍ତଗତ ହୋଇନି। ସରକାରୀ କର୍ମଚାରୀ ହୁଅନ୍ତୁ କି ବ୍ୟବସାୟିକ ପ୍ରତିଷ୍ଠାନ, କାହା ବିରୋଧରେ ଗୋଟିଏ ବି ମାମଲା ରୁଜୁ କରାଯାଇନାହିଁ କି ଦଣ୍ଡବିଧାନ ହୋଇନାହିଁ ବୋଲି ମନ୍ତ୍ରୀ କହିଛନ୍ତି।
ମିଳିଥିବା ସୂଚନା ମୁତାବକ, ସମସ୍ତ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ସାଧାରଣ ପ୍ରଶାସନ ବିଭାଗ ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ୨୦୧୯ ଅଗଷ୍ଟ ୧୩ରେ ବିଭାଗ ପକ୍ଷରୁ ଜାରି ଅଧିସୂଚନା ଅନୁସାରେ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ପର୍ଯ୍ୟାପ୍ତ ବ୍ୟବହାରରେ ବାରମ୍ବାର ଖିଲାପ କଲେ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଓଡ଼ିଶା ବେସାମରିକ ସେବା ଅଧିନିୟମ-୧୯୬୨ ଅନ୍ତର୍ଗତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରୁଥିବା କର୍ମଚାରୀ ଓ ବିଭାଗକୁ ପୁରସ୍କୃତ କରାଯିବାର ବ୍ୟବସ୍ଥା ମଧ୍ୟ ରହିଛି। ହେଲେ ଓଡ଼ିଶା ସରକାରୀ ଭାଷା ଅଧିନିୟମ ଉଲ୍ଲଂଘନ ସମ୍ପର୍କିତ କୌଣସି ଅଭିଯୋଗ ଏପର୍ଯ୍ୟନ୍ତ ସାଧାରଣ ପ୍ରଶାସନ ବିଭାଗର ହସ୍ତଗତ ହୋଇନାହିଁ। ତେଣୁ କୌଣସି ସରକାରୀ କର୍ମଚାରୀଙ୍କୁ ଦଣ୍ଡିତ କରାଯାଇ ନାହିଁ କିମ୍ବା ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରୁଥିବା କର୍ମଚାରୀ ଓ ବିଭାଗକୁ ପୁରସ୍କୃତ ମଧ୍ୟ କରାଯାଇନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଏହାକୁ ନେଇ ଏବେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?