ବାଲି ଟ୍ରକ୍‌ ଚଳାଚଳ ଯୋଗୁ ଲୋକେ ଅତିଷ୍ଠ

ରଘୁନାଥପୁର,୧୨।୧୧(ଡି.ଏନ୍‌.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ରଇପଡାଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ୨ କିମି ରାସ୍ତାରେ ଦୈନିକ ଶତାଧିକ ବାଲି ବୋଝେଇ ହାଇୱା ଟ୍ରକ ଚଳାଚଳ ହେଉଛି। ରାସ୍ତାର ଉଭୟ ପାର୍ଶ୍ୱରେ ଏହା ଚାଲୁଥିବାରୁ ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ସାଧାରଣଜନତା ନିଜ ଗନ୍ତବ୍ୟ ପଥକୁ ଯିବା ସମୟରେ ବାଟରେ ଅଟକି ସମସ୍ୟା ଭୋଗୁଛନ୍ତି। ଏପରିକି ରୋଗୀଙ୍କୁ ନେଇ ଆସୁଥିବା ଆମ୍ବୁଲାନ୍ସ ମଧ୍ୟ ଟ୍ରାଫିକ ଜାମ ଯୋଗୁ ବାଟରେ ଫସି ରହୁଛି। ଏହି ରାସ୍ତାର ଉଭୟ ପାଶର୍‌ବରେ ଥିବା ଦୋକାନକୁ ବାଲି ଉଡି ଲୋକଙ୍କୁ ଅତିଷ୍ଠ କରି ପକାଉଛି। ଏହାଛଡ଼ା ରାସ୍ତାରେ ବାଲି ଜମି ଯାତାୟାତରେ ଅସୁବିଧା ହେଉଛି। ଏହାସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ଖେଣ୍ଟାଳ ମଙ୍ଗଦେଇପୁରସ୍ଥିତ ମହାନଦୀରୁ ବାଲି ଲୋଡ଼କରି ଟ୍ରକଗୁଡିକ ଏହି ବାଟ ଦେଇ ଆସିଥାନ୍ତି। କଟକ ପାରାଦୀପ ରାଜ୍ୟ ରାଜପଥକୁ ବାହାରିବା ପାଇଁ ଏହି ରାସ୍ତାଟି ଖୁବ କମ ବାଟ ହୋଇଥିବାରୁ ଟ୍ରକଚାଳକମାନେ ସେମାନଙ୍କ ଯାତାୟାତ ପାଇଁ ଏହି ରାସ୍ତାକୁ ବାଛି ନେଇଛନ୍ତି। ଏହା ଏକ ସଂକୀର୍ଣ୍ଣ ରାସ୍ତା ହେଇଥିବାବେଳେ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଠାରୁ ପ୍ରାୟ ୨ କିମି ମଧ୍ୟରେ ସରକାରୀ ସ୍କୁଲ, ୨ଟି ସାପ୍ତାହିକ ହାଟ, ଅଫିସ ଓ ଦୋକାନ ବଜାର ଆଦି ରହିଛି। ଲୋକଙ୍କ ସୁରକ୍ଷା ପାଇଁ ଉକ୍ତ ରାସ୍ତାରେ ଟ୍ରକ ଚଳାଚଳକୁ ବନ୍ଦ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri