Posted inଜାତୀୟ

ଲୋକେ ଆତଙ୍କିତ: ଦୈନିକ ସଂକ୍ରମଣ ୪ ହଜାର ମୁହାଁ, ସକ୍ରିୟ ମାମଲା ଟପିଲା ୧୮ ହଜାର…

ନୂଆଦିଲ୍ଲୀ, ୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୯ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୮୨୩ ଛୁଇଁଛି। ଗୋଟଏ ଦିନ ତଳେ ଏହା ୨,୯୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୩୮୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୩୫୪ ଥିଲା। ସେହିପରି ୨୪ ଘଣ୍ଟାରେ ୧,୭୮୪ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୮୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୨ ହଜାର ୬୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୩ ହଜାର ୩୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri