ଟୋଲ୍‌ପ୍ଲାଜା ବିରୋଧରେ ତାତିଲେ ଲୋକେ

ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ ଟୋଲଟ୍ୟାକ୍ସ ଅସୁଲି କରାଯାଉଛି।ଏଭଳି ଟୋଲଟ୍ୟାକ୍ସ ଆଦାୟକୁ ନେଇ ପୁଣି ବିରୋଧର ସ୍ବର ଉଠିଥିବାବେଳେ ଲୋକେ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡ଼ିଛି।

ସମ୍ବଲପୁର-ଲୁହୁରାଚଟି ଫୋରଲେନ୍‌ ରାଜପଥ ସମ୍ପୂର୍ଣ୍ଣ ହୋଇ ନ ଥିବାବେଳେ ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି । ଏପରିକି ଗତ କିଛିଦିନ ହେଲା, ଆର୍‌ଡି ରାସ୍ତାରୁ ମଧ୍ୟ ଟୋଲପ୍ଲାଜା କର୍ତ୍ତୃପକ୍ଷ ଟୋଲଟ୍ୟାକ୍ସ ଅସୁଲି କରି ଲୋକଙ୍କୁ ଶୋଷଣ କରି ଚାଲିଥିବା ଅଭିଯୋଗ ହୋଇଛି।

ଟୋଲପ୍ଲାଜା କର୍ତ୍ତୃପକ୍ଷଙ୍କ ଏଭଳି ବେଆଇନ କାରବାର ପ୍ରତିବାଦରେ ବରଗଡ଼ ଜିଲାବାସୀ ପୁଣି ସଂଗଠିତ ହେଉଥିବାବେଳେ ଏକ ବଡ଼ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଆସନ୍ତା ୩୦ ତାରିଖରେ ବରଗଡ଼ର ହୋଟେଲ ମହାରାଜା ସମ୍ମିଳନୀ କକ୍ଷରେ ଏକ ଜରୁରୀ ବୈଠକ ରଖାଯାଇଛି। ବୈଠକରେ ବରଗଡ଼, ସୋହେଲା, ଅତାବିରା ସମେତ ଜିଲାର ବିଭିନ୍ନ ଯାନବାହନ ସଂସ୍ଥା, ବ୍ୟବସାୟିକ ସଂଗଠନ, ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେବେ ଆର୍‌ଡି ରାସ୍ତାରୁ ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଟୋଲଟ୍ୟାକ୍ସ ଅସୁଲି କରୁଥିବାବେଳେ ସେଥିପ୍ରତି ସ୍ଥାନୀୟ ପୋଲିସ, ପ୍ରଶାସନ ଆଖିବୁଜି ଦେବା ସାଧାରଣରେ ଅସନ୍ତୋଷ ବୃଦ୍ଧି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri