ଟୋଲ୍‌ପ୍ଲାଜା ବିରୋଧରେ ତାତିଲେ ଲୋକେ

ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ ଟୋଲଟ୍ୟାକ୍ସ ଅସୁଲି କରାଯାଉଛି।ଏଭଳି ଟୋଲଟ୍ୟାକ୍ସ ଆଦାୟକୁ ନେଇ ପୁଣି ବିରୋଧର ସ୍ବର ଉଠିଥିବାବେଳେ ଲୋକେ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡ଼ିଛି।

ସମ୍ବଲପୁର-ଲୁହୁରାଚଟି ଫୋରଲେନ୍‌ ରାଜପଥ ସମ୍ପୂର୍ଣ୍ଣ ହୋଇ ନ ଥିବାବେଳେ ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି । ଏପରିକି ଗତ କିଛିଦିନ ହେଲା, ଆର୍‌ଡି ରାସ୍ତାରୁ ମଧ୍ୟ ଟୋଲପ୍ଲାଜା କର୍ତ୍ତୃପକ୍ଷ ଟୋଲଟ୍ୟାକ୍ସ ଅସୁଲି କରି ଲୋକଙ୍କୁ ଶୋଷଣ କରି ଚାଲିଥିବା ଅଭିଯୋଗ ହୋଇଛି।

ଟୋଲପ୍ଲାଜା କର୍ତ୍ତୃପକ୍ଷଙ୍କ ଏଭଳି ବେଆଇନ କାରବାର ପ୍ରତିବାଦରେ ବରଗଡ଼ ଜିଲାବାସୀ ପୁଣି ସଂଗଠିତ ହେଉଥିବାବେଳେ ଏକ ବଡ଼ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଆସନ୍ତା ୩୦ ତାରିଖରେ ବରଗଡ଼ର ହୋଟେଲ ମହାରାଜା ସମ୍ମିଳନୀ କକ୍ଷରେ ଏକ ଜରୁରୀ ବୈଠକ ରଖାଯାଇଛି। ବୈଠକରେ ବରଗଡ଼, ସୋହେଲା, ଅତାବିରା ସମେତ ଜିଲାର ବିଭିନ୍ନ ଯାନବାହନ ସଂସ୍ଥା, ବ୍ୟବସାୟିକ ସଂଗଠନ, ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେବେ ଆର୍‌ଡି ରାସ୍ତାରୁ ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଟୋଲଟ୍ୟାକ୍ସ ଅସୁଲି କରୁଥିବାବେଳେ ସେଥିପ୍ରତି ସ୍ଥାନୀୟ ପୋଲିସ, ପ୍ରଶାସନ ଆଖିବୁଜି ଦେବା ସାଧାରଣରେ ଅସନ୍ତୋଷ ବୃଦ୍ଧି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri