ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚନ୍ଦ୍ରଶେଖର ମହାପାତ୍ର ଅଭିଯୋଗ କରିଛନ୍ତି। ଗରିବ ଓ ମଧ୍ୟବିତ୍ତ ପରିବାର ଲୋକେ ପ୍ରତିମାସରେ ଠିକ ସମୟରେ ଚାଉଳ ପାଉନାହାନ୍ତି। ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଏଫସିଆଇ ଚାଉଳ ଗୋଦାମରୁ ବିଭିନ୍ନ ଚାଉଳ ବଣ୍ଟନ କେନ୍ଦ୍ର ଗୁଡ଼ିକୁ ପରିବହନ ପାଇଁ ଟେଣ୍ଡର ନେଇଥିବା ଠିକାଦାରଙ୍କ ମନମାନି ଯୋଗୁ ହିତାଧିକାରୀ ଚାଉଳ ପାଇବାରୁ ବଞ୍ଚିତ ହେଉଛନ୍ତି। ଚଳିତ ମାସର ଚାଉଳ ନେବାପାଇଁ ବିଭିନ୍ନ ଗ୍ରାମରୁ ପଞ୍ଚାୟତ କାର୍ଯ୍ୟାଳୟକୁ ଆସୁଥିବା ହିତାଧିକାରୀ ମାନେ ଚାଉଳ ନପାଇ ଫେରି ଯାଉଥିବା ଅଭିଯୋଗ ହେଉଛି। ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସମ୍ପୃକ୍ତ ଠିକାଦାରଙ୍କ ଚୁକ୍ତିନାମାକୁ ରଦ୍ଦ କରିବାକୁ ଦାବି ହେଉଛି। ଏନେଇ ସାନଖେମୁଣ୍ଡି ବ୍ଲକ ଯୋଗାଣ ବିଭାଗ ମାର୍କେଟିଂ ଇନ୍ସପେକ୍ଟର ଅକ୍ଷୟ କୁମାର ସେଠୀ ଙ୍କୁ ପଚାରିବାରୁ ଅଭିଯୋଗ ମିଳିବାପରେ ଦାୟିତ୍ୱରେ ଥିବା ପରିବହନ ଠିକାଦାରଙ୍କୁ ତାଗିଦ କରାଯାଇଛି। ଟେଣ୍ଡର ନେଇଥିବା ନୟାଗଡ଼ର ପରିବହନ ଠିକାଦାର ଦୀପକ କୁମାର ବେହେରାଙ୍କୁ ଯୋଗାଯୋଗ କରିବାରୁ ଟ୍ରକ ଡ୍ରାଇଭର ଅସୁସ୍ଥ ଥିବାରୁ ଏଭଳି ସମସ୍ୟା ଦେଖାଦେଇଛି। ଖୁବଶୀଘ୍ର ଚାଉଳ ବଣ୍ଟନ କେନ୍ଦ୍ର ଗୁଡ଼ିକୁ ଚାଉଳ ଯୋଗାଇ ଦିଆଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri