ବାଙ୍କୀରେ ପଶିଲା ମହାନଦୀ ପାଣି: ଲୋକେ ଆତଙ୍କିତ

ବାଙ୍କୀ,୨୯।୮(ସ୍ବ.ପ୍ର.): ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଡମପଡ଼ା ବ୍ଲକ ଅନ୍ତର୍ଗତ ଗୟଳବାଙ୍କଠାରେ ଶନିବାର ମହାନଦୀର ବନ୍ୟାଜଳ ଘାଇ ଭଙ୍ଗା ପୋଲଦେଇ ବିଲରେ ମାଡ଼ୁଛି। ବାଙ୍କିରେ ମହାନଦୀର ବନ୍ଧ ପାଠପୁରଯାଏ ରହିଛି। ଏବେ ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଇବା ପରେ ସେଠାରେ ଜଣେ ଘରୋଇ ବ୍ୟକ୍ତି ଚାଷଜମିକୁ ନିରାପଦରେ ରଖିବା ପାଇଁ ନିଜେ ନିର୍ମାଣ କରିଥିବା ବାଲିବନ୍ଧ ଶନିବାର ଭୁଷୁଡ଼ି ପଡ଼ିଛି। ସେ ଏହି ବନ୍ଧ ନିକଟରେ ଏକ ପୋଖରୀ ନିର୍ମାଣ କରିଥିଲେ। ବନ୍ୟାଜଳ ପୋଖରୀରେ ଭର୍ତ୍ତି ହୋଇ ସିଧାସଳଖରେ ଥିବା ଏକ ପୋଲଦେଇ ଚାଷଜମିକୁ ଯାଉଛି। ଫଳରେ ଚାଷୀମାନେ ଚିନ୍ତିତ ହୋଇଯାଇଛନ୍ତି। ସେହିଭଳି ରଣନଦୀ ଦେଇ ବନ୍ୟାଜଳ ସିଧାସଳଖ ବାଙ୍କୀ ଚାଷଜମିକୁ ପ୍ରବେଶ କରୁଛି। ଏହିଭଳି ଲାଗି ରହିଲେ ସମଗ୍ର ବାଙ୍କୀ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବ। ବାଙ୍କୀରେ ବିପଦ ସଙ୍କେତ ୭.୮ ମିଟର ରହିଥିବା ବେଳେ ଏବେ ଜଳସ୍ତର ୮.୧ ମିଟର ରହଥିବା ଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri