ବ୍ରାହ୍ମଣୀ ନଦୀ ବାମପାର୍ଶ୍ୱ ସୁବଳପୁରଠାରେ ଅତଡ଼ା ଖସୁଛି

ପଟ୍ଟାମୁଣ୍ଡାଇ ୧୯ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ ପଞ୍ଚାୟତ ଦାମୋଦର ପାଟଣା, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମଗୁଡିକ ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ। ତେବେ ବ୍ରାହ୍ମଣୀ ବନ୍ୟା ସମୟରେ ଏହି ଧୋୟାଞ୍ଚଳ ଲୋକଙ୍କ ଆଖିରୁ ନିଦ ହଜିଯାଇଥାଏ। ଯଦି ନଦୀରେ ୨୦ ଫୁଟରୁ ଅଧିକ ବନ୍ୟା ଜଳ ଆସେ ଲୋକେ ନାହିଁ ନ ଥିବା ଅସୁବିଧାରେ ରାତ୍ରି କାଟିଥାନ୍ତି। ବିଶେଷକରି ସୁବଳପୁରଠାରୁ ବିଦ୍ରୁପା ପର୍ଯ୍ୟନ୍ତ ଲୋକେ ପୂର୍ବ କଥା ମନେ ପକାଇ ଆତଙ୍କିତ ହୋଇପଡନ୍ତି। ଅତୀତରେ ପ୍ରାୟ ଦେଢ କିମି ବ୍ୟାପୀ ମନେଇଘାଇ ଭାଙ୍ଗିବା ଘଟଣା ଲୋକଙ୍କ ମନରୁ ଲିଭିନାହିଁ। ମନେଇଘାଇଠାରେ ପ୍ରାୟ ୫ଥର ବନ୍ୟା ସମୟରେ ବନ୍ଧ ଭାଙ୍ଗି ଲୋକଙ୍କୁ ହୀନସ୍ଥା କରିଛି। ଆଳି ବନ୍ଧବାଡ ଡିଭିଜନ ଅଧୀନରେ ଥିବା ବ୍ରାହ୍ମଣୀ ଘେରିବନ୍ଧ ଅବସ୍ଥା ବର୍ଷାଋ଼ତୁ ପୂର୍ବରୁ ଏକାନ୍ତ ଜରୁରୀ ହୋଇପଡିଛି। ବ୍ରାହ୍ମଣୀ ନଦୀର ବାମପାର୍ଶ୍ୱ ସବୁଳପୁରଠାରେ ନଦୀ କୂଳ ଅତଡା ଖାଇବା ଘଟଣା ଅଧିକ ବିପଦ ସୃଷ୍ଟି କରୁଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ପୂର୍ବତନ ଜିଲାପରିଷଦ ସଭ୍ୟ ନାରଦ ବିଶ୍ୱାଳ କହିଛନ୍ତି, ବ୍ରାହ୍ମଣୀ ନଦୀର ଦକ୍ଷିଣପାଶର୍‌ବ ନଦୀ ବନ୍ଧକୁ ପଥର ପ୍ୟାକିଂ କରାଯାଇ ସୁଦୃଢ କରାଯାଉଛି। କିନ୍ତୁ ବାମ ପାଶର୍‌ବ ନଦୀ ବନ୍ଧରେ ଥିବା ବାଲିଖଦାନରୁ ବାଲି ଉଠାଣ ହେଉଛି। ବେଆଇନ ବାଲି ଉଠାଣ ଯୋଗୁ ନଦୀ ବନ୍ଧ ଦୁର୍ବଳ ହେବାରେ ଲାଗିଛି। ଏ ସମ୍ପର୍କରେ ବାରମ୍ବାର ତହସିଲଦାରଙ୍କୁ ଅଭିଯୋଗ କରିବା ସହ ଗଣଧାରଣା ମଧ୍ୟ ଦିଆଯାଇଥିଲା। କିନ୍ତୁ କେବଳ ପ୍ରତିଶ୍ରୁତି ମିଳିଛି କୌଣସି ପଦକ୍ଷେପ ନିଆଯାଉନାହିଁ। ବନ୍ୟା ସମୟରେ ନଦୀ ବନ୍ଧ ଭାଙ୍ଗି ହଜାର ହଜାର ଲୋକଙ୍କ ଜୀବନ ଓ ଜୀବିକା ନଷ୍ଟ ହେବ। ତେଣୁ ଏଥିପାଇଁ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ସେ କହିଛନ୍ତି। ସାମାଜିକ କର୍ମୀ ନରେନ୍ଦ୍ର ଧଳ କହିଛନ୍ତି, ଲଗାଣବର୍ଷା ହେଲେ ବ୍ରାହ୍ମଣୀ ନଦୀ ଫୁଲୁଥିବା ବେଳେ କୂଳଖାଇ ମାଟି ଅତଡା ଖସୁଛି। ପ୍ରତିବର୍ଷ ନଦୀ ଗତିପଥ ପରିବର୍ତ୍ତନ କରି ଗଁା ଆଡ଼କୁ ମାଡି ମାଡ଼ି ଆସୁଛି। ଫଳରେ ଲୀନ ହେବାକୁ ବସିଲାଣି ଲୋକଙ୍କ ଘରଦ୍ୱାର, ଚାଷଜମି। ସୁବଳପୁର ଗଁାର ୩୦ ପରିବାରଙ୍କ ଢିଅପାଖକୁ କୂଳ ଖାଇ ମାଡି ଆସିଛି। ଅନେକଙ୍କ ଚାଷଜମି ନଦୀରେ ମିଶି ଗଲାଣି। ଅଧିକାଂଶ ଲୋକଙ୍କ ଜୀବିକା ଚାଷବାସ ହୋଇଥିଲେ ବି ନଦୀ କୂଳ ଖାଉଥିବାରୁ ଜମିକୁ ପଡ଼ିଆ ପକାଇଛନ୍ତି। କିଛି ବର୍ଷ ତଳେ ନଦୀଠୁ ୩ ଶହ ମିଟର ଦୂରରେ ଥିବାବେଳେ ୨ ବର୍ଷ ହେଲା ମାଟି ଧସି ୫୦ ମିଟରରେ ପହଞ୍ଚତ୍ଛି। ସ୍ଥାୟୀ ସମାଧାନ ନେଇ ଗଁା ଲୋକ ପ୍ରଶାସନକୁ ଜଣାଇଥିଲେ ବି ସୁଫଳ ମିଳୁନାହିଁ ବୋଲି ସେ କହିଛନ୍ତି। ସ୍ଥାନୀୟ ଗ୍ରାମବାସୀ କହିଛନ୍ତି ଯେ, ବ୍ରାହ୍ମଣୀ ନଦୀରେ ବନ୍ୟା ଆସିଲେ ବନ୍ୟା ନିରୋଧକ ବନ୍ଧ ଭିତରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ମନେଇ ଘାଇ ବନ୍ଧ ଭାଙ୍ଗି ଏଠାରେ ବ୍ୟାପକ କ୍ଷତି ଘଟାଇଥିଲା। କେନ୍ଦ୍ରୀୟ ଟିମ ପରିଦର୍ଶନରେ ଆସି ତୁରନ୍ତ ଏହାର ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହାର ମରାମତି ଏଯାବତ ଆରମ୍ଭ ହେଲାନାହିଁ। ଆଳି ବନ୍ଧବାଡ ଡିଭିଜନ ଅଧୀନରେ ଥିବା ବ୍ରାହ୍ମଣୀ ଘେରିବନ୍ଧ ଅବସ୍ଥା ବର୍ଷାଋ଼ତୁ ପୂର୍ବରୁ ମରାମତି ଏକାନ୍ତ ଜରୁରୀ ହୋଇଛି। ନଦୀ କୂଳ ଅତଡା ଖାଇବା ଘଟଣା ଅଧିକ ବିପଦ ସୃଷ୍ଟି କରୁଛି। ତେଣୁ ଏଥର ବନ୍ୟା ଆସିଲେ ପୁଣି ବ୍ୟାପକ ନଷ୍ଟ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏ ନେଇ ଆଳି ବନ୍ଧବାଡ ଡିଭିଜନ ନିର୍ବାହୀ ଯନ୍ତ୍ରୀ ସରୋଜ ମିଶ୍ରଙ୍କୁ ପଚାରିବାରେ ଏହି ଘଟଣା ସମ୍ପର୍କରେ ଅବଗତ ଅଛି। ଏହି କାର୍ଯ୍ୟ ପାଇଁ ବ୍ୟୟବରାଦ କରାଯାଇ ଖୁବ୍‌ଶୀଘ୍ର ହାତକୁ ନିଆଯିବ ବୋଲି ସେ କହିଛନ୍ତି। ମାତ୍ର ଦାମୋଦରପାଟଣା, ମଣୀରାମପୁର, ସୁବଳପୁର ଗଁା ଲୋକେ ନିର୍ବାହୀଯନ୍ତ୍ରୀଙ୍କ କଥାରେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri