ପାନୀୟ ଜଳ ଅଭାବରୁ ଲୋକେ ହନ୍ତସନ୍ତ

କୁଜଙ୍ଗ,୨୩ା୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନିମନ୍ତେ ସନ୍ତରାଠାରେ ପାନୀୟ ଜଳ ଓ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ କରୁଛି। ସେଠାରୁ ପମ୍ପ୍‌ ଯୋଗେ ଭୂତଳ ଜଳ ଉତ୍ତୋଳନ କରାଯାଇ ସିଧାସଳଖ ପାଇପ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଛି। ଉକ୍ତ ପ୍ରକଳ୍ପ ଜରିଆରେ ମଙ୍ଗରାଜପୁର ପଞ୍ଚାୟତର ସନ୍ତରା, ମଙ୍ଗରାଜପୁର, ହସିଣା ସମେତ ଗୋପିଆକୁଦ ପଞ୍ଚାୟତର ବାଲିସାହି ଗ୍ରାମକୁ ପାନୀୟଜଳ ଯୋଗାଇ ଦିଆଯାଉଛି। ଏ ସବୁ ଗ୍ରାମରେ ୨୦୦୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିବାବେଳେ ସଭିଏଁ ଏହି ପ୍ରକଳ୍ପ ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖ ଓ ପରିତାପର ବିଷୟ, ସେଠାରେ ମାତ୍ର ୭.୫ ଅଶ୍ୱ କ୍ଷମତା ବିଶିଷ୍ଟ ମୋଟର ଲାଗିଥିବାରୁ ପାଣି ଉଠାଇବାକୁ ସକ୍ଷମ ହୋଇପାରୁନାହିଁ। ଫଳରେ ମାତ୍ର ୧ ବାଲ୍‌ଟି ପାଣି ସଂଗ୍ରହ ପାଇଁ ଜଣଙ୍କୁ ପ୍ରାୟ ୧ ଘଣ୍ଟା ଅପେକ୍ଷା କରିବାକୁ ପଡ଼ୁଛି ବୋଲି ସନ୍ତରା ଗ୍ରାମର ସର୍ବେଶ୍ୱର ଖଟୁଆ ଓ ମଙ୍ଗରାଜପୁର ଗ୍ରାମର ସୁରେନ୍ଦ୍ର ନାଥ ସ୍ବାଇଁ ପ୍ରମୁଖ କହିଛନ୍ତି। ଏବେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନସାଧାରଣ ପାଣି ଟୋପେ ନ ପାଇ ଡହଳବିକଳ ହେଉଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ତୁରନ୍ତ ଏକ ୧୦ରୁ ୧୨ ଅଶ୍ୱ କ୍ଷମତା ବିଶିଷ୍ଟ ମୋଟର ଲଗାଯାଇ ପାଣି ଯୋଗାଇ ଦେବାକୁ ଜନସାଧାରଣ ଦାବି କରିଛନ୍ତି। ଏ ସମ୍ପର୍କରେ କୁଜଙ୍ଗ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କହିଥିଲେ, ଏହି ସମସ୍ୟା ସମ୍ପର୍କରେ ସେ ପୂର୍ବରୁ ଅବଗତ ନ ଥିଲେ। ବିଭାଗୀୟ ଯନ୍ତ୍ରୀଙ୍କ ସହ ଆଲୋଚନା କରି ଏହାର ସମାଧାନ ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri