ପାଣି ପାଇଁ ଲୋକେ ହଟହଟା

ବୁଗୁଡ଼ା,୯ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂରୀକରଣ ନିମନ୍ତେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ସୋଲାର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଛି। ତେବେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି କେଉଁଠି ସୋଲାର ଯନ୍ତ୍ରାଂଶ ଖରାପ ହୋଇପଡ଼ିଥିବା ବେଳେ ଆଉ କେଉଁଠି ମଟର ଚାଲୁ ନାହିଁ ତ କେଉଁଠି କଚ୍ଛପ ଗତିରେ ତିନି ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନଥିବାରୁ ଲୋକେ ପାଣି ଟୋପେ ପାଇବା ପାଇଁ ଡହଳ ବିକଳ ହେଉଥିବା ଅଭିଯୋଗ ହେଉଛି। ଯାହାର ଏକ ଜ୍ୱଳନ୍ତ ଦୃଷ୍ଟାନ୍ତ ଦୃଶ୍ୟମାନ ହେଉଛି ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ। ଲୋକଙ୍କ ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ଗାଁ ଶେଷ ମୁଣ୍ଡରେ ଗତ ତିନି ବର୍ଷ ହେଲା ଏକ ସୋଲାର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ ଏ ଯାଏ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ସେବେଠାରୁ ଗ୍ରାମର ୫୦ ପରିବାରର ପ୍ରାୟ ୩୦୦ ଲୋକ ଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରାମରେ ଥିବା ସୋଲାର ପ୍ରକଳ୍ପଟି ପ୍ରାୟ ୩ ବର୍ଷ ହେଲା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଗ୍ରାମ ମଧ୍ୟରେ ଥିବା ଏକ ପଥର କୂଅରୁ ପ୍ରାୟ ୪୦ ଫୁଟରୁ ପାଣି ବାହାର କରୁଛନ୍ତି ତାହା ପୁଣି ଗୋଳିଆ ପାଣି। ପଞ୍ଚାୟତ ନିର୍ବାଚନ ସରିବାର ୩ ମାସ ବିତିଯାଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଏବଂ ଜନପ୍ରତିନିଧିମାନଙ୍କ ଦୃଷ୍ଟି ଆଢୁଆଳରେ ତାହା ରହିଯାଇଛି। ତେଣୁ ସାଧାରଣରେ ପ୍ରଶ୍ନ ଉଠୁଛି ଯେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କାହା ସ୍ବାର୍ଥ ପାଇଁ ଏପରି ଅକାମୀ ପାନୀୟ ଜଳ ପ୍ରକଳ୍ପ କରାଯାଇଛି। ଏହି ସୋଲାର ପ୍ରକଳ୍ପ ସମସ୍ୟା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ତାହାର କୌଣସି ପ୍ରତିକାର ବ୍ୟବସ୍ଥା ଅଦ୍ୟାବଧି ହୋଇପାରିନାହିଁ। ତେବେ ଅସହ୍ୟ ଗ୍ରୀଷ୍ମ କାଳରେ ଜଳାଭାବ ସମସ୍ୟାରେ ଆଉଟୁପାଉଟୁ ହେଉଥିବା ଲୋକଙ୍କ ହିତକୁ ଗୁରୁତ୍ୱ ଦେଇ ଅବିଳମ୍ବେ ସେହି ସୋଲାର ପ୍ରକଳ୍ପଟିକୁ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ମୀପୁର ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?