Posted inଖେଳ

ଜିତିବା ସତ୍ତ୍ୱେ ‘ସେଲ୍ଫିସ୍‌’ କହି ଶୁବମନଙ୍କୁ ଚିଡାଉଛନ୍ତି ଲୋକେ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ହରାରେ,୧୪।୭: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଜୁଲାଇ ୧୩ରେ ଖେଳାଯାଇଥିଲା। ଭାରତ ଏହାକୁ ୧୦ ଋ଼ଉକେଟରେ ଜିତି ନେଇଛି। ଏହି ବିଜୟ ପରେ ଭାରତ ସିରିଜରେ ୩-୧ରେ ଆଗୁଆ ରହିଛି। ବିଜୟ ପରେ ମଧ୍ୟ ଅଧିନାୟକ ଶୁବମାନ ଗିଲ ସୋସିଆଲ ମିଡିଆରେ ଟ୍ରୋଲ ହୋଇଥିଲେ। ଚତୁର୍ଥ ମ୍ୟାଚ୍‌ରେ ଯଶସ୍ବୀ ଜୟସ୍ବାଲ ଏକ ଶତକ ହାସଲ କରିବାରେ ବଞ୍ଚିତ ହୋଇଥିଲେ, ଏହି କାରଣରୁ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଶୁବମନ ଗିଲଙ୍କୁ ନିନ୍ଦା କରିଛନ୍ତି।
ଜୟସ୍ବାଲ ଏବଂ ଗିଲଙ୍କ ଅବିଭକ୍ତ ଭାଗିଦାରୀ ଭାରତକୁ ୧୦ ଉଇକେଟରେ ବିଜୟୀ କରାଇଛି। ଏହି ମ୍ୟାଚ୍ରେ ଉଭୟ ୧୫.୨ ଓଭରରେ ୧୫୬ ରନ ସ୍କୋର କରି ନିଜେ ମ୍ୟାଚ ଜିତିଥିଲେ। ଜୟସ୍ବାଲ ୫୩ ବଲରେ ୯୩ ରନ ସଂଗ୍ରହ କରି କରିଥିଲେ। ଏଥିରେ ୧୩ ଚୌକା ଓ ୨ ଛକା ସାମିଲ ଥିଲା। ଏହା ବ୍ୟତୀତ ଶୁବମନ ଗିଲ ୩୯ ବଲରେ ୫୮ ରନ ସଂଗ୍ରହ କରିଥିଲେ। ଏଥିରେ ୬ଟି ଚୌକା ଓ ୨ ଛକା ସାମିଲ ଥିଲା।
ଯେତେବେଳେ ଭାରତ ଜିତିବା ପାଇଁ ମାତ୍ର ୨୩ ରନ ଆବଶ୍ୟକ କରୁଥିଲା ଏବଂ ଜୟସ୍ବାଲଙ୍କୁ ୮୩ ରନ ଆବଶ୍ୟକ ଥିଲା। ଏଭଳି ପରିସ୍ଥିତିରେ ଯୁବ ବ୍ୟାଟ୍ସମ୍ୟାନ ଏକ ଶତକ ପୂରଣ କରିବାକୁ ଚାହୁଁଥିଲେ। କିନ୍ତୁ ତା’ପରେ ଶୁବମାନ ଗିଲ ଦ୍ରୁତ ଗତିରେ ରନ ସ୍କୋର କରିବା ଆରମ୍ଭ କରି ଦଳକୁ ଶୀଘ୍ର ବିଜୟ ପ୍ରଦାନ କରିଥିଲେ। ଏହି କାରଣରୁ ଜୟସ୍ବାଲ ତାଙ୍କ ଶତକରୁ ବଞ୍ଚିତ ହୋଇଥିଲେ।

ପ୍ରଶଂସକମାନେ ଏହି ଘଟଣାକୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ତୁଳନା କରିଥିଲେ, ଯିଏକି ତିଳକ ବର୍ମାଙ୍କୁ ଗତ ବର୍ଷ ୱେଷ୍ଟଇଣ୍ଡିଜ ବିପକ୍ଷରେ ଅର୍ଦ୍ଧଶତକ ପୂରଣ କରିବାକୁ ଦେଇ ନ ଥିଲେ। ଲୋକମାନେ ସୋସିଆଲ ମିଡିଆରେ ଗିଲଙ୍କୁ ସମାଲୋଚନା କରୁଛନ୍ତି ଏବଂ ତାଙ୍କ କ୍ରୀଡ଼ାବିତ୍‌ ଉପରେ ପ୍ରଶ୍ନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?