ଲୋକ ହେଉଛନ୍ତି ମାଲିକ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ସେବା ଓ ସମ୍ମାନ ହେଉଛି ସରକାରଙ୍କର ମୂଳମନ୍ତ୍ର। ଏହି ଲକ୍ଷ୍ୟ ନେଇ ଆମର ୫-ଟି ପଦକ୍ଷେପ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକେ ଯେପରି ସୁବିଧା ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ଏହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଶୁକ୍ରବାର ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ ଅବସରରେ ୩୦୦୦ ମୋ ସେବା କେନ୍ଦ୍ର ଏବଂ ଓଡ଼ିଶା ଓ୍ବାନ୍‌ ପୋର୍ଟାଲ (www.odishaone.gov.in)କୁ ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
୫-ଟି ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ଭାବେ ପାଳନ କରୁଛନ୍ତି। ପ୍ରଯୁକ୍ତିବିଦ୍ୟାର ଉପଯୋଗ ନେଇ ବିଜୁବାବୁଙ୍କ ଚିନ୍ତାଧାରା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରି କହିଛନ୍ତି, ବିଜୁବାବୁ ଚାହୁଁଥିଲେ ପ୍ରଯୁକ୍ତିବିଦ୍ୟାର ସୁବିଧା ପ୍ରତ୍ୟେକ ଗାଁରେ ପହଞ୍ଚୁ। ଏହାର ସୁଫଳ ସାଧାରଣ ଲୋକଙ୍କ ସେବାରେ ଉପଯୋଗ ହେଉ। ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି। ଏହି କେନ୍ଦ୍ର ଦ୍ୱାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉ ବାରମ୍ବାର ଅଫିସ ଯିବାକୁ ପଡ଼ିବ ନାହିଁ। ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଲେଖାଏ ମୋ ସେବାକେନ୍ଦ୍ର ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ୮୦୦୦ ଯୁବତୀଯୁବକ ଆତ୍ମନିଯୁକ୍ତିର ସୁଯୋଗ ପାଇବେ। ସେହିପରି ସହରବାସୀ ତଥା ଯେଉଁମାନେ କମ୍ପ୍ୟୁଟର ଜାଣିଛନ୍ତି, ସେହି ଲୋକଙ୍କ ପାଇଁ ଓଡ଼ିଶା ଓ୍ବାନ୍‌ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟରେ ୫-ଟି ଉପକ୍ରମର ଶୁଭାରମ୍ଭ ହୋଇଥିଲା। ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ, ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବା ପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତି ଦେବାରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା ମୁଖ୍ୟମନ୍ତ୍ରୀଙ୍କ ଏକ ଐତିହାସିକ ପଦକ୍ଷେପ ଭାବେ ବର୍ଣ୍ଣନା କରିଛନ୍ତି। ଏହାଦ୍ୱାରା ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ସେ ମତ ଦେଇଛନ୍ତି। ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମତ ବିନିମୟ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ଏମ୍‌ପି ଓ ବିଧାୟକଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri