ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ତାତିଲେ ଲୋକେ

ଉଦଳା, ୨୩।୪(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାରମ୍ବାର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଉଗ୍ରରୂପ ଧାରଣ କରିଛି। ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ମେଡିକାଲ୍‌ ଅଫିସର ଏବଂ ଏସ୍‌ଡିଏମ୍‌ଓ।
ସ୍ଥାନୀୟ ଅଞ୍ଚଳର ରୂପାଇ ବାସ୍କେଙ୍କ ସ୍ତ୍ରୀ ଗୁରୁବାର ରକ୍ତଚାପ ଯୋଗୁ ସଂଜ୍ଞାହୀନ ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ରୂପାଇ ଶ୍ରୀଦାମଚନ୍ଦ୍ରପୁର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ନ ଥିଲେ। ଫଳରେ ଷ୍ଟାଫ୍‌ ନର୍ସମାନେ ରୂପାଇଙ୍କ ସ୍ତ୍ରୀଙ୍କ ଚିକିତ୍ସା କରିଥିଲେ। ଏନେଇ ଅସନ୍ତୋଷ ଆରମ୍ଭ ହୋଇଥିଲା। ବାରମ୍ବାର ଡାକ୍ତରଙ୍କ ଅନୁପସ୍ଥିତିକୁ ଲୋକେ ବିରୋଧ କରିଥିଲେ। ଶତାଧିକ ମହିଳା ପୁରୁଷ ଏକାଠି ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଘେରାଉ କରିବା ସହିତ ଡାକ୍ତରଖାନର ଇନଚାର୍ଜ ମେଡିକାଲ ଅଫିସର ବିଜୟ ମହାପାତ୍ରଙ୍କୁ ଅଟକ ରଖିଥିଲେ। ଫଳରେ ଡାକ୍ତରଖାନାରେ ରୋଗୀସେବା ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ କପ୍ତିପଦା ଉପଖଣ୍ଡ ଚିକିତ୍ସାଧିକାରୀ ଡା. ଶିବାନନ୍ଦ ମହାନ୍ତି ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ଲୋକେ ବୁଝିବା ପରିବର୍ତ୍ତେ ଏସ୍‌ଡିଏମ୍‌ଓଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଫିସ ଭିତରେ ତାଲା ମାରି ଦେଇଥିଲେ ା ଡାକ୍ତରଖାନାରେ ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ୍‌ ମୁତୟନ ହୋଇଥିଲେ। ସିଡିଏମ୍‌ଓ ଘଟଣାସ୍ଥଳରେ ପହଞ୍ଚିବାକୁ ଗ୍ରାମବାସୀ ଦାବି କରିଥିଲେ। ହେଲେ ବାରିପଦାରୁ ଆଡିଶନାଲ ପବ୍ଲିକ ମେଡିକାଲ ଅଫିସର ଚାରୁବାଳା ମିଶ୍ରଙ୍କ ସହିତ ଏକ ଟିମ୍‌ ମେଡିକାଲ ପରିସରରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହିତ ଖୁବ୍‌ଶୀଘ୍ର ଡାକ୍ତରଖାନାରେ କାର୍ଯ୍ୟରତ ଥିବା ଡାକ୍ତରମାନଙ୍କୁ ରେଗୁଲାର ଡାକ୍ତରଖାନା ଆସିବା ଲାଗି ବ୍ୟବସ୍ଥା କରାଯିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଦୀର୍ଘ ୪ ଘଣ୍ଟା ପରେ ଏସ୍‌ଡିଏମ୍‌ଓଙ୍କୁ ତାଲା ଖୋଲାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ...

ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri