ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ଛେଚିଲେ

ବ୍ରହ୍ମପୁର,୧୮ା୧( ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ବାବାଜୀ ତୋଟାସାହି ଛକରେ ଗୁରୁବାର ଜଣେ ଯୁବକଙ୍କୁ ଚୋର ସନ୍ଦେହରେ ନିସ୍ତୁକ ମାଡ଼ ମରାଯାଇଛି। ଜଣେ ମିଠା ବ୍ୟବସାୟୀ ଓ କେତେଜଣ ଯୁବକ ତାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଦୋକାନରୁ ୧୧୦ ଟଙ୍କା ଚୋରି କରିଥିବା ସନ୍ଦେହରେ ତାଙ୍କୁ ମାଡ଼ ମରାଯାଇଛି। ଖବରପାଇ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଛି।

ଏ ନେଇ ବ୍ୟବସାୟୀଙ୍କୁ ଥାନାରେ ଅଭିଯୋଗ କରିବାକୁ କୁହାଯାଇଛି। ପ୍ରକାଶ ଯେ, ଚିକିଟି ଅଞ୍ଚଳର ଜଣେ ଯୁବକ ବାବାଜିତୋଟା ସାହି ଛକରେ ଥିବା ଏକ ମିଠା ଦୋକାନକୁ ଆସିଥିଲେ। ପୂର୍ବରୁ ଉକ୍ତ ଦୋକାନରୁ ଚୋରି ହୋଇଥିବା ବେଳେ ଦୋକାନ ଭିତରେ ଲାଗିଥିବା ସିସିଟିଭି ଫୁଟେଜରୁ ଦୋକାନୀ ଉକ୍ତ ଯୁବକଙ୍କୁ ଚୋର ସନ୍ଦେହରେ ଅଟକ ରଖି ଏକ ଖୁଣ୍ଟରେ ବାନ୍ଧି ଦେଇଥିଲେ। ପରେ ଯୁବକଙ୍କ ପକେଟରେ ଥିବା ଏକ ମୋବାଇଲ ଓ କିଛି ଟଙ୍କା ଛଡାଇ ନେଇଥିଲେ। ଦୋକାନୀ ଜଣଙ୍କ ଉକ୍ତ ମୋବାଇଲ ଓ ଟଙ୍କା ପୋଲିସକୁ ଜିମା ଦେଇଛନ୍ତି। ହେଲେ ପୋଲିସ ଉଦ୍ଧାର କରିଥିବା ଯୁବକ ଜଣଙ୍କ ପ୍ରକୃତରେ ଚୋରି କରିଛନ୍ତି କି ନାହିଁ ତାହା ଏଯାବତ ସ୍ପଷ୍ଟ ହୋଇନି କି ଥାନାରେ ଅଭିଯୋଗ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri