Posted inରାଜ୍ୟ

ମନଇଛା କାଟିପାରିବେନି ତାଳଗଛ; ନେବାକୁ ପଡ଼ିବ ସରକାରଙ୍କ ଅନୁମତି

ଭୁବନେଶ୍ୱର, ୧।୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ବନ ବିଭାଗର ଅନୁମତି ନ ନେଇ ଲୋକେ ତାଳଗଛ କାଟିପାରିବେନି ।

ଗତ ଏପ୍ରିଲ ମାସରେ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଥିଲେ। ବଜ୍ରପାତଜନିତ ମୃତ୍ୟୁକୁ ହ୍ରାସ କରିବାକୁ ରାଜ୍ୟରେ ବହୁ ପରିମାଣରେ ତାଳଗଛ ଲଗାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଗ୍ରାମାଞ୍ଚଳରେ ବହୁ ପରିମାଣରେ ତାଳଗଛ ଲଗାଇବାକୁ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ସତ୍ୟବ୍ରତ ସାହୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ଏବଂ କୃଷି ଓ ସଶକ୍ତୀକରଣ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ରାଜ୍ୟର ଗ୍ରାମାଞ୍ଚଳରେ ବହୁ ପରିମାଣର ତାଳଗଛ ଥିଲା। ଏହା ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ସହାୟକ ହେଉଥିଲା। ସହରୀକରଣ ଯୋଗୁ ସମୟ କ୍ରମେ ତାଳଗଛ ଲୋପ ପାଇଯିବାରୁ ବଜ୍ରପାତ ସିଧା ଭୂମିରେ ପଡୁଛି। ଯଦ୍ଦ୍ବାରା ବିଲବାଡ଼ିରେ କାମ କରୁଥିବା କୃଷକ ଓ ଶ୍ରମିକମାନେ ଏହାର ଶିକାର ହେଉଛନ୍ତି। ବିଶେଷ କରି ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବଜ୍ରପାତ ଯୋଗୁ ଅନେକ ଲୋକ ମୃତାହତ ହେଉଛନ୍ତି। ବଜ୍ରପାତ ମୁଖ୍ୟତଃ ଡେଙ୍ଗା ଗଛ ଯଥା ତାଳ ଓ ନଡିଆ ଗଛ ଉପରେ ହୋଇଥାଏ। ପୂର୍ବରୁ ତାଳଗଛ ଯେ କେବଳ ବଜ୍ରପାତରୁ ରକ୍ଷା କରୁ ନ ଥିଲା ବରଂ ଏହାର ଫଳକୁ ଖାଦ୍ୟ ଓ ପାନୀୟ ଆକାରରେ ବ୍ୟବହାର କରାଯାଉଥିଲା। ତାଳଗଛର ବାହୁଙ୍ଗାକୁ ଛପର ଓ ଟୋକେଇ ତିଆରିରେ ବ୍ୟବହୃତ କରାଯାଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୮ରେ ସମସ୍ତ ରାଜ୍ୟ ଓ ଜାତୀୟ ରାଜପଥ, ଗ୍ରାମାଞ୍ଚଳ, ସଂରକ୍ଷିତ ଜଙ୍ଗଲ ଓ କ୍ଷେତରେ ତାଳଗଛ ଲଗାଇବାକୁ ଜଙ୍ଗଲ ବିଭାଗ ରାଜ୍ୟର ସମସ୍ତ ବନଖଣ୍ଡକୁ ଜଣାଇଥିଲା। ହେଲେ ତାହା ଫଳପ୍ରଦ ହୋଇପାରି ନାହିଁ। ତାଳଗଛ ବଜ୍ରପାତଜନିତ ମୃତ୍ୟୁକୁ ରୋକିବାରେ ଅନେକାଂଶରେ ସହାୟକ ହେବ ବୋଲି ପରିବେଶବିତ୍‌ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?