ରାସ୍ତାରେ ପାଣି, ଘରୁ ବାହାରି ପାରୁନାହାନ୍ତି ଲୋକେ

ବରୀ,୨୧ା୭(ଡି.ଏନ.ଏ.): ବରୀ ବ୍ଲକ୍‌ ଅଧୀନ ଚନ୍ଦନପୁର ପଞ୍ଚାୟତ ଶୁକଳ ଗ୍ରାମରେ ଲଗାଣ ବର୍ଷା ଯୋଗୁ ରାସ୍ତା ଉପରେ ପାଣି ଜମି ରହୁଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ଉକ୍ତ ରାସ୍ତା ଉପରେ ଗ୍ରାମର ତିନିଶହରୁ ଊର୍ଦ୍ଧ୍ୱ ପରିବାର ନିର୍ଭର କରିଥାନ୍ତି। ବିଶେଷକରି ଏଠାରେ ଥିବା ଉଚ୍ଚ ବିଦୟାଳୟ, ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ଯାଉଥିବା ବେଳେ ରାସ୍ତା ଉପରେ ପାଣି ଜମି ରହିବାରୁ ବାରମ୍ବାର ଦୁର୍ଘଟଣା ଘଟୁଛି। ଏତଦ୍‌ବ୍ୟତୀତ ଏହି ଗ୍ରାମର ଲୋକେ ବରୀ ବ୍ଲକ୍‌ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ବରୀ ରାମଚନ୍ଦ୍ରପୁର ଥାନା ଓ ରତ୍ନଗିର ପ୍ରାଥମିକ ଚିକିତ୍ସା କେନ୍ଦ୍ର ସମେତ ମୁଖ୍ୟ ବଜାର ନିକଟକୁ ଯିବା ନିମନ୍ତେ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି।

ଗ୍ରାମ ରାସ୍ତାଟି ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗୀକରଣର ମୁଖ୍ୟ ରାସ୍ତା। ତେବେ ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ କରିବା ସମୟରେ ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଦୃଷ୍ଟି ନ ଦେଇ ଖାମଖିଆଲି ଭାବେ କାର୍ଯ୍ୟ କରିଥିବାରୁ ଏଭଳି ଅଭସ୍ଥା ସୃଷ୍ଟି ହୋଇଛି ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଚନ୍ଦନପୁର ସରପଞ୍ଚ ଚପଳା ମଲ୍ଲଙ୍କୁ ପଚାରିବାରେ ସେ କୁହନ୍ତି, ଦୀର୍ଘ ୨୦ ବର୍ଷ ଧରି ଏହି ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାଣି ଜମି ରହୁଥିବା ରାସ୍ତାଟିର ଅର୍ଦ୍ଧାଧିକ ଅଂଶ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଯାଉଛି। ତେଣୁ ଏକ ସପ୍ତାହ ମଧ୍ୟରେ ଜଳ ନିଷ୍କାସନ ନିମନ୍ତେ ଡ୍ରେନ କାର୍ଯ୍ୟ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଧାୟିକା ସୁନନ୍ଦା ଦାସ କହିଛନ୍ତି, ଜଳ ନିଷ୍କାସନ ନିମନ୍ତେ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ପତ୍ର ଲେଖାଯାଇଛି। ଖୁବ୍‌ଶୀଘ୍ର ସମ୍ପୃକ୍ତ ବିଭାଗ ତରଫରୁ କାର୍ଯ ଆରମ୍ଭ କରାଯିବ ବୋଲି ବିଭାଗୀୟ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିବା ବଧାୟିକା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri