ଚୋରକୁ ଧରି ପାରୁ ନ ଥିଲା ପୋଲିସ : ଲୋକେ ଧରି ଦେଲେ ଜିମା

ପୁରୁଷୋତ୍ତମପୁର,୨୯।୪(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘନ ଘନ ଚୋରି ଘଟଣା ଯୋଗୁ ଲୋକଙ୍କ ନିିଦ ହଜିଯାଇଛି। ଏହାକୁ ନେଇ ଲୋକେ ପୋଲିସରେ ଅଭିଯୋଗ କରୁଥିଲେ ପୋଲିସ ଏଥିପ୍ରତି ଆଦୌ ଗୁରୁତ୍ୱ ଦେଉ ନ ଥିଲା କି ଚୋରକୁ ଧରୁ ନ ଥିଲା। ଏପରିକି ଲୋକଙ୍କ ଲିଖିତ ଅଭିଯୋଗକୁ ରେଜିଷ୍ଟ୍ରେସନ ମଧ୍ୟ କରୁନାହାନ୍ତି। ଏହାକୁ ନେଇ ଏଠାରେ ଜନ ଅସନ୍ତୋଷ ଲାଗିରହିଛି । ପୋଲିସ ଉପରୁ ଭରସା ତୁଟାଇ ଲୋକେ ନିଜେ ଚୋରକୁ ଧରିବା ଲାଗି ରାତି ରାତି ନ ଶୋଇ ଜଗି ରହିବାରେ ଲାଗିଛନ୍ତି। ଇତିମଧ୍ୟରେ ବୁଧବାର ରାତିରେ କାଳୀ ମନ୍ଦିର ଛକ ନିକଟରେ ଥିବା ଅଖିଳ ଦାଶଙ୍କ ପରିବାର ଲୋକେ ଘର ବାହାରେ ବସି କଥାବାର୍ତ୍ତା ହେଉଥିବା ବେଳେ ଏହାର ସୁଯୋଗ ନେଇ ଦୁଇ ଜଣ ଯୁବକ ବାରିପଟୁ ଘରେ ପଶି ଆଲମାରି ଭାଙ୍ଗି ସୁନା ଗହଣା ବାହାର କରୁଥିବା ବେଳେ ଶବ୍ଦ ହୋଇଥିଲା। ଏହା ଶୁଣି ସମସ୍ତେ ଘର ମଧ୍ୟକୁ ଯାଇ ଦେଖିବା ବେଳେ ଚୋର ମାନେ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ। ଅନ୍ଧାରର ସୁଯୋଗ ନେଇ ଜଣେ ଚମ୍ପଟ ମାରିଥିବା ବେଳେ ଅନ୍ୟ ଜଣକୁ ଗୋଡାଇ ଗୋଡାଇ କାବୁ କରିଥିଲେ। କାବୁ କରିଥିବା ଯୁବକ ହେଲେ ପୁରୁଷୋତ୍ତମପୁର ମେନ ରୋଡ ହନୁମାନ ବଜାରର ହୃଷିକେଶ ପଣ୍ଡା ଓରଫ ହୃଷି। ତାଙ୍କ ଠାରୁ ୨୦ ଗ୍ରାମର ସୁନା ହାରକୁ ଉଦ୍ଧାର କରିବା ସହ ଅଟକ ରଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳକୁ ଯିବା ପରେ ହୃଷିକୁ ଜିମା ଦେଇଥିଲେ। ଏଥିନେଇ ଅଖିଳ ପୋଲିସରେ ଲିଖିତ ଅଭିଯୋଗ ମଧ୍ୟ କରିଛନ୍ତି। ସେ ପୂର୍ବରୁ ଏଭଳି ବିଭିନ୍ନ ସ୍ଥାନରେ ଚୋରି କରି ବହୁବାର ଜେଲ ଯାଇଛନ୍ତି। ଏହି ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri