ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆ ଗ୍ରାମରେ। ଗ୍ରାମବାସୀଙ୍କ ଦ୍ୱାରା କାବୁ ହୋଇ ଥିବା ଯୁବକ ଜଣଙ୍କ ବିଭିନ୍ନ ସମୟରେ ଚୋରି କରି କୌଶଳ କ୍ରମେ ଫେରାର ହୋଇଯାଉଥିଲେ। ତେବେ ରବିବାର ଭୋର ସମୟରେ ଗ୍ରାମରେ ଜଣେ ଲୋକଙ୍କ ଘରେ ଚୋରି କରି ପଳେଇ ଯାଉଥିଲେ।
ଏହି ସମୟରେ ଗ୍ରାମବାସୀ ଏକାଠି ହୋଇ ତାଙ୍କୁ କାବୁ କରିଥିଲେ। ପରେ ତାଙ୍କୁ ଉତ୍ତମ ମଧ୍ୟମ ଦେଇ ଗାଁ ମଝିରେ ଥିବା ବିଦ୍ୟୁତ ଖୁଣ୍ଟରେ ଗୋଡ଼ଠାରୁ ଅଣ୍ଟା ପର୍ଯ୍ୟନ୍ତ ବାନ୍ଧି ଦେଇଥିଲେ। ଖବର ପାଇ ଭଦ୍ରକ ପୁରୁଣା ବଜାର ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖି ଚୋରି ସମ୍ପର୍କରେ ପଚରାଉଚରା କରୁଛି। ତେବେ ସେହି ଯୁବକ ଜଣଙ୍କ ଏତେ ମାତ୍ରାରେ ନିଶା ଶକ୍ତ ହୋଇଛନ୍ତି ଯେ ସେ ଠିକ୍‌ ଭାବେ କଥା ମଧ୍ୟ କହି ପାରୁନାହାନ୍ତି। ସମ୍ପୃକ୍ତ ଯୁବକଙ୍କଠାରୁ ପୋଲିସ ବସ୍ତାରେ ରଖିଥିବା ଚୋରି ସାମଗ୍ରୀ ଜବତ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?