ଚୋରଙ୍କୁ ନିର୍ଧୂମ୍‌ ଛେଚି ପୋଲିସରେ ଦେଲେ ଲୋକେ

ହିଞ୍ଜିଳିକାଟୁ,୨୪।୧୨(ଡି.ଏନ.ଏ): ବସରେ ୨ ଛାତ୍ରୀଙ୍କ ପର୍ସ ସହ ମୋବାଇଲ ଚୋରି କରି ଧରାପଡ଼ିଥିବା ଚୋରକୁ ଲୋକେ ନିର୍ଧୂମ୍‌ ଛେଚିବା ପରେ ପୋଲିସରେ ଦେଇଛନ୍ତି। ହିଞ୍ଜିଳିକାଟୁ କଲେଜର ୨ ଛାତ୍ରୀ ଶୁକ୍ରବାର ସନ୍ଧ୍ୟାରେ କଲେଜ ଓ ପରେ ଟ୍ୟୁଶନ ସାରି ହିଞ୍ଜିଳିକାଟୁ ବସଷ୍ଟାଣ୍ଡରୁ ନିଜ ଗ୍ରାମ କଙ୍କୋରଡା ଯିବାକୁ ଏକ ବସରେ ଚଢିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କ ପର୍ସକୁ ବସ ଭିତରେ ଲୁଟେରା ଚୋରି କରିନେଇ ଥିଲେ। ପର୍ସରେ ଛାତ୍ରୀଙ୍କ ମୋବାଇଲ, ଟଙ୍କା ଆଦି ରହିଥିଲା। ବସ କଣ୍ଡକ୍ଟର ହିଞ୍ଜିଳିକାଟୁ ବସଷ୍ଟାଣ୍ଡରେ ଛାତ୍ରୀଙ୍କୁ ଟିକଟ ପଇସା ମାଗିଥିଲେ। ଏହି ସମୟରେ ଛାତ୍ରୀଙ୍କ ପର୍ସ ନ ଥିବାରୁ ସେ ପାଟି କରିବାରୁ ସନ୍ଦେହ ଅବସ୍ଥା ଜଣଙ୍କୁ ଲୋକେ ଧରି ପିଟିବାରୁ ସେ ଚୋରି କରିଥିବା ଜଣାପଡ଼ିଥିଲା। ପରେ ଲୁଟେରାଙ୍କୁ ହିଞ୍ଜିଳି ପୋଲିସକୁ ଜିମା ଦେଇଥିଲେ। ଛାତ୍ରୀଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏତଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri