ଚୋରଙ୍କୁ ନିର୍ଧୂମ୍‌ ଛେଚି ପୋଲିସରେ ଦେଲେ ଲୋକେ

ହିଞ୍ଜିଳିକାଟୁ,୨୪।୧୨(ଡି.ଏନ.ଏ): ବସରେ ୨ ଛାତ୍ରୀଙ୍କ ପର୍ସ ସହ ମୋବାଇଲ ଚୋରି କରି ଧରାପଡ଼ିଥିବା ଚୋରକୁ ଲୋକେ ନିର୍ଧୂମ୍‌ ଛେଚିବା ପରେ ପୋଲିସରେ ଦେଇଛନ୍ତି। ହିଞ୍ଜିଳିକାଟୁ କଲେଜର ୨ ଛାତ୍ରୀ ଶୁକ୍ରବାର ସନ୍ଧ୍ୟାରେ କଲେଜ ଓ ପରେ ଟ୍ୟୁଶନ ସାରି ହିଞ୍ଜିଳିକାଟୁ ବସଷ୍ଟାଣ୍ଡରୁ ନିଜ ଗ୍ରାମ କଙ୍କୋରଡା ଯିବାକୁ ଏକ ବସରେ ଚଢିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କ ପର୍ସକୁ ବସ ଭିତରେ ଲୁଟେରା ଚୋରି କରିନେଇ ଥିଲେ। ପର୍ସରେ ଛାତ୍ରୀଙ୍କ ମୋବାଇଲ, ଟଙ୍କା ଆଦି ରହିଥିଲା। ବସ କଣ୍ଡକ୍ଟର ହିଞ୍ଜିଳିକାଟୁ ବସଷ୍ଟାଣ୍ଡରେ ଛାତ୍ରୀଙ୍କୁ ଟିକଟ ପଇସା ମାଗିଥିଲେ। ଏହି ସମୟରେ ଛାତ୍ରୀଙ୍କ ପର୍ସ ନ ଥିବାରୁ ସେ ପାଟି କରିବାରୁ ସନ୍ଦେହ ଅବସ୍ଥା ଜଣଙ୍କୁ ଲୋକେ ଧରି ପିଟିବାରୁ ସେ ଚୋରି କରିଥିବା ଜଣାପଡ଼ିଥିଲା। ପରେ ଲୁଟେରାଙ୍କୁ ହିଞ୍ଜିଳି ପୋଲିସକୁ ଜିମା ଦେଇଥିଲେ। ଛାତ୍ରୀଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri