Posted inରାଜ୍ୟ

ଅନିର୍ଦ୍ଦିଷ୍ଟ କାଳ ଔଷଧ ଦୋକାନ ବନ୍ଦ ଚେତାବନୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): କରୋନା ଲଢ଼େଇରେ ସାମିଲ ହୋଇ ଜନସାଧାରଣଙ୍କୁ ସେବା ଯୋଗାଇବାରେ ଔଷଧ ବ୍ୟବସାୟୀଙ୍କ ପ୍ରତ୍ୟକ୍ଷ ତଥା ପ୍ରମୁଖ ଅବଦାନ ରହିଛି। ଅନ୍ୟମାନଙ୍କୁ ରାଜ୍ୟ ସରକାର କରୋନା ଯୋଦ୍ଧା ଘୋଷଣା କରିଛନ୍ତି। ହେଲେ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ଦିନରାତି ସେବା ଯୋଗାଉଥିବା ଔଷଧ ବ୍ୟବସାୟୀଙ୍କୁ ଯୋଦ୍ଧାର ସମ୍ମାନରୁ ବଞ୍ଚତ୍ତ କରାଯାଉଛି। ଏମିତିକି ବ୍ୟବସାୟୀ, କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ସ୍ବତନ୍ତ୍ର ଟିକାକରଣର ମଧ୍ୟ କୌଣସି ବ୍ୟବସ୍ଥା କରାଯାଉ ନାହିଁ। ବାରମ୍ବାର ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ପାଖରେ ଦାବି ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ବୋଲି ଉତ୍କଳ କେମିଷ୍ଟ ଆଣ୍ଡ୍‌ ଡ୍ରଗିଷ୍ଟ ଆସୋସିଏଶନ ସଭାପତି ପି. ସତ୍ୟନାରାୟଣ ଖବରଦାତା ସମ୍ମିଳନୀରେ କହିଛନ୍ତି। ଯଦି ସରକାର ଦାବିକୁ ଗ୍ରହଣ ନ କରନ୍ତି, ତେବେ ଆଗାମୀ ଦିନରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବା ସହ ସଂଘର ୨୫ ହଜାର ସଭ୍ୟ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଖବରଦାତା ସମ୍ମିଳନୀରେ ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ମହାପାତ୍ର, କୋଷାଧ୍ୟକ୍ଷ ଅଜୟ ଗୋୟଙ୍କା ଓ କାର୍ଯ୍ୟକାରିଣୀ ଦେବଦତ୍ତ ଦାସ ସମେତ ଅନ୍ୟ ବରିଷ୍ଠ ସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri