ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ ଯେ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲାକାର୍ଯ୍ୟାଳୟ ସମ୍ପାଦକ ପ୍ରକାଶ ଚନ୍ଦ୍ର ସୁତ୍ରଧର ଉପନିର୍ଦେଶକ, ଉଦ୍ୟାନ କୃଷି ବିଭାଗ କାର୍ଯ୍ୟାଳୟକୁ ଯାଇଥିଲେ। ତେବେ ସେଠାରେ ଚାଷୀମାନଙ୍କ ପାଇଁ ଆଳୁଚାଷ ପାଇଁ ଆସିଥିବା ବିହନ ପଚିସଢି ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଏହାଦ୍ୱାରା ସରକାରଙ୍କର ବହୁମୂଲ୍ୟ ବିହନ ଜାଣିଶୁଣି ନଷ୍ଟ କରାଯାଉଥିବା ଯୋଗୁ ଆଳୁ ବିହନର କୃତ୍ରିମ ଅଭାବ ଦେଖାଦେଉଥିବା ଅଭିଯୋଗ ହୋଇଛି। ଏହାଛଡା ଉପନିର୍ଦେଶକ ଉଦ୍ୟାନ କୃଷିବିଭାଗ ସୌମେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ନିଶଦାଢି କରି ବିକୃତ କରି ପ୍ରଦର୍ଶନ କରିଛନ୍ତି। ଏହା ସରକାରଙ୍କ ସମସ୍ତ ମାର୍ଗଦର୍ଶିକା ଏବଂ ନିୟମକୁ ଉଲଘଂନ କରୁଛି। ତେବେ ଏହାର ଫଟୋଚିତ୍ର ଭିଡିଓ ଟାଉନ ଥାନା ଅଧିକାରୀଙ୍କୁ ପଠାଇବା ସହିତ ସଙ୍ଗୀନ ଘଟଣା ଘଟାଇଥିବା ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri