Posted inଜାତୀୟ

କରୋନା ସଙ୍କଟ ସମୟରେ ବଢିଛି ଆତ୍ମହତ୍ୟା ମାମଲା: ରାମଗୋପଳ ଯାଦବ

ନୂଆଦିଲ୍ଲୀ,୧୫ ।୯: କରୋନା ଭାଇରସ ସଂକ୍ରମଣ ବିଶ୍ୱରେ ଅନେକ କ୍ଷତି ଘଟାଇଛି । ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ରାମଗୋପାଳ ଯାଦବ କହିଛନ୍ତି କରୋନା ସଙ୍କଟ ସମୟରେ ଲୋକେ ବହୁପରିମାଣରେ ଆତ୍ମହତ୍ୟା କରିଛନ୍ତି । ଏହାର ମୁଖ୍ୟ କାରଣ ହେଉଛି ବେକାରୀ ଓ ମାନସିକ ଅବସାଦ । ସେ କହିଛନ୍ତି କରୋନା ସମୟରେ ବହୁ ଘରୋଇ ସଂସ୍ଥା କଳକାରଖାନା ବନ୍ଦ ହୋଇଯାଇଛି । ଫଳରେ ଫ୍ୟାକ୍ଟ୍ରି ମାଲିକ ଓ ଏଥିରେ କାମ କରୁଥିବା ଲୋକେ ଆର୍ଥିକ ସମସ୍ୟା ଦେଇ ଗତି କରିଛନ୍ତି । ତେଣୁ ଯେଉଁମାନେ ରୋଜଗାର ହରାଇଛନ୍ତି ସେମାନେ ଅନ୍ୟପଟେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି । ରାମଗୋପଳଙ୍କ ସୂଚନା ଅନୁଯାୟୀ, ଗତ ୫-୬ ମାସ ମଧ୍ୟରେ ନୋଏଡାରେ କରୋନା ସଂକ୍ରମଣରେ ୪୪ ଲୋକଙ୍କ ମୃତ୍ୟୁ ହୋଇଛି । ହେଲେ ଏହି ସମୟରେ ଆତ୍ମହତ୍ୟାର ସଂଖ୍ୟା ୧୬୫ରେ ପହଞ୍ଚିଛି । ରାମଗୋପଳ କହିଛନ୍ତି ଏହି ସମୟରେ ଅନେକ ପରିବାର ଭୋକ ଓପାସରେ ଦିନ କାଟୁଛନ୍ତି । ତେଣୁ କେନ୍ଦ୍ର ସରକାର ଏଦିଗରେ ଧ୍ୟାନଦେଇ ପ୍ରତି ପରିବାରକୁ ମାସକୁ ୧୫ ହଜାର ଟଙ୍କା ପ୍ରଦାନ କରିବାକୁ ସେ ଦାବି କରିଛନ୍ତି । ଏମିତି କରାଗଲେ ରୋଜଗାର ହରାଇଥିବା ଲୋକଙ୍କ ମନରେ ଟିକେ ପରିବର୍ତ୍ତନ ଆସିବ ଓ ସେମାନେ ଆଉ ଆତ୍ମହତ୍ୟା କରିବେ ନାହିଁ ବୋଲି କହିଛନ୍ତି ରାମଗୋପାଳ ।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri