ଭୟରେ ସ୍ବାବ୍‌ ଟେଷ୍ଟ ପାଇଁ ଯାଉନାହାନ୍ତି ଲୋକେ

କବିସୂର୍ଯ୍ୟନଗର,୧୨ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। କବିସୂର୍ଯ୍ୟନଗର ବ୍ଲକ ଓ ଏନ୍‌ଏସିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ଏନ୍‌ଏସିରୁ ୪ ଓ ବ୍ଲକରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଢ଼ାମ୍ବ ୨, ବୋଲସର ୩, ସିନ୍ଦୁରିଆପଡ଼ା ଓ ଗୁଡ଼ିଆଳିରୁ ଜଣେ ଲେଖାଏଁ ରହିଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୭ ଛୁଇଁଛି। ସେଥିମଧ୍ୟରୁ ଏନ୍‌ଏସିରୁ ୧୨୭ ଓ ବ୍ଲକ ଅଞ୍ଚଳରୁ ୧୦୦ ଜଣ ରହିଛନ୍ତି। ୧୫୦ ଜଣ ସୁସ୍ଥ ହୋଇ ଫେରିଲେଣି। ଅଞ୍ଚଳରେ ୮ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ସେଥିମଧ୍ୟରୁ ୨ଜଣ ଶିକ୍ଷକ ଅଛନ୍ତି। ମାତ୍ର ଏପର୍ଯ୍ୟନ୍ତ ଏନ୍‌ଏସି ଓ ବିଭିନ୍ନ ପଞ୍ଚାୟତ ବିଶୋଧନ ହେଉନାହିଁ। ଏପରିକି ଲକ୍ଷଣ ଦେଖାଯାଉଥିଲେ ବି ସ୍ବାବ୍‌ ପରୀକ୍ଷା ପାଇଁ ଯିବାକୁ ଲୋକେ ଭୟ କରୁଛନ୍ତି। ଯାହାକି ଆଗାମୀ ଦିନରେ ବଡ ବିପଦ ଡାକିଆଣିବ। ସଂକ୍ରମିତ ଅଞ୍ଚଳକୁ ବିଶୋଧନ ନ କରିବା, କରୋନା ସନ୍ଦେହ ମୃତକଙ୍କ ସଂସ୍କାର ଲାଗି ଟିମ୍‌ ଗଠନ ନ କରିବା, ହୋମ୍‌ କ୍ବାରାଣ୍ଟାଇନରେ ନ ରହି ବୁଲିବା ଆଦି କାର୍ଯ୍ୟ ଠିକ୍‌ ଭାବେ ପ୍ରଶାସନ ତୁଲାଉନଥିବା ସ୍ଥିତିକୁ ଆହୁରି ଗମ୍ଭୀର କରିବ ବୋଲି ସାଧାରଣରେ ଆଲୋଚନା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri