ଲୋକମାନେ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ, ଅଭିଯୋଗ ଆସିଲେ…

କଟକ,୪ା୯: କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ବୁଧବାର ବିଧାନସଭା ଅଧିବେଶନ ସରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସାମ୍ନାରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ଅଭିଯୋଗ ଆସିଲେ, ଲୋକେ ହଇରାଣ ହେଲେ ମୁଁ ସବୁ ଅଫିସରେ ପଶିବି। ଲୋକମାନେ ଆମମାନଙ୍କୁ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ। ଘରେ ବସିବା ପାଇଁ ନୁହେଁ। ଆମର ସବୁ ଅଫିସ ଭିତରକୁ ଯିବା ପାଇଁ ଅଧିକାର ଅଛି। ସେଇଟା ଆମର କର୍ତ୍ତବ୍ୟ।
ଅବକାରୀ ଅଫିସକୁ କଲ୍‌ ଆସିଲା ରାତି ଅଧିଆ ପ୍ୟାକିଂ ଚାଲିଛି। ଆମେ ସେଠାରେ ପହଞ୍ଚିଲୁ ଏବଂ ଚଢ଼ାଉ କଲୁ। ଆମେ ଆମ ପ୍ରୋଟେକଲ୍‌ ହିସାବରେ କାମ କରିଛୁ ଆଉ ଆଗକୁ ମଧ୍ୟ ଏମିତି କରିବୁ। ଆମେ ଜାଣିଛୁ କେଉଁ ଅଫିସରେ କେମିତି କାହାକୁ ବ୍ୟବହାର କରିବା କଥା। ତେଣୁ ଆମେ ଆମର କର୍ତ୍ତବ୍ୟ କରିବୁ। ଲୋକଙ୍କ ସୁଖଦୁଃଖରେ ଠିଆ ହେବୁ। ଯେମିତି ଲୋକେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଜଣେ ନିର୍ବାଚିତ ପ୍ରତିନିଧି ହିସାବରେ ଏହା ଆମର କର୍ତ୍ତବ୍ୟ ବୋଲି ସୋଫିଆ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri