ନଦୀରେ ପଶି ରାଶନ ଆଣିବାକୁ ଗଲେ ଲୋକେ

ଆର.ଉଦୟଗିରି,୨୫ା୮(ଡି.ଏନ.ଏ.): ସରକାର ଗାଁ ଗାଁକୁ ରାସ୍ତା ସଂଯୋଗୀକରଣ କରିବା ପାଇଁ ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତଥାପି ସ୍ବାଧୀନତାର ୭ ଦଶନ୍ଧି ପରେ ମଧ୍ୟ ଆଜିବି ଅନେକ ଗ୍ରାମକୁ ଭଲ ରାସ୍ତା ସହିତ ପୋଲ ଖଣ୍ଡେ ନିର୍ମାଣ ହୋଇପାରୁନି। ଯାହା ଫଳରେ ଆଜି ମଧ୍ୟ ଲୋକେ ଦୁର୍ଦ୍ଦଶାରେ ଜୀବନ ଯାପନ କରୁଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମୋହନା ବ୍ଲକର ଦୁର୍ଗମ ଅଞ୍ଚଳରେ। ଗତ କିଛିଦିନ ହେବ ଲଗାଣ ବର୍ଷା ହେବା ଫଳରେ ହରଭଙ୍ଗୀ ନଦୀର ଜଳ ବଢିବାରେ ଲାଗିଥିଲା। ଯାହାକି ଗୁରୁଝୋଳି ପଞ୍ଚାୟତର ବେତେଗଣ୍ଡା, ବାମଦେଇପଦା ଓ ପଣସଡ଼ିହ ଆଦି ଗ୍ରାମବାସୀ ୧୦ ଦିନ ଧରି ଜଳବନ୍ଦୀରେ ଜୀବନ କାଟୁଥିଲେ। ଦୀର୍ଘ ୧୦ ଦିନ ଜଳ ବନ୍ଦୀ ପରେ ନଦୀ ଜଳ ସ୍ତର କମିବାରୁ ଖାଉଟି ସାମଗ୍ରୀ ପାଇଁ ନିଜ ପଞ୍ଚାୟତକୁ ନଦୀ ପାର ହୋଇ ଗ୍ରାମବାସୀ ଯାଉଛନ୍ତି। ବୁଧବାର ସକାଳେ ତିନି ଖଣ୍ଡ ଗ୍ରାମବାସୀ ହରଭଙ୍ଗୀ ଡ୍ୟାମ ଗେଟ ବନ୍ଦ କରିବାକୁ ସ୍ଥାନୀୟ ଯନ୍ତ୍ରୀଙ୍କୁ ନେହୁରା ହୋଇଥିଲେ । ଯନ୍ତ୍ରୀ ସେମାନଙ୍କ କଥା ଶୁଣି ଗେଟ୍‌ ବନ୍ଦ କରିବାରୁ ନଦୀର ଜଳ ସ୍ତର କମିଥିଲା। ଯାହା କି ୩ ଖଣ୍ଡ ଗ୍ରାମବାସୀ ବିପଦ ସଂକୁଳ ଅବସ୍ଥାରେ ଛୋଟ ଛୋଟ ପିଲାମାନଙ୍କୁ ଧରି ନଦୀ ପାର ହୋଇ ଖାଉଟି ସାମଗ୍ରୀ ଆଣିବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଉଛନ୍ତି। ୧୦ ଦିନ ଧରି ଗାଁରେ ଖାଇବା, ରହିବା ଓ ବିଜୁଳି ଭଳି ସମସ୍ୟାରେ ଜୀବନ ଅତିବାହିତ କରିଥିଲେ। ଏଭଳି ଦୁର୍ଦ୍ଦଶା ପରିସ୍ଥିତିରେ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଓ ମନ୍ତ୍ରୀଙ୍କ ପାଖରେ ଅଭିଯୋଗ କରୁଛନ୍ତି। ତଥାପି କୌଣସି ସମାଧାନ ହେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଯଦି ସରକାର ଏହି ତିନି ଖଣ୍ଡ ଗ୍ରାମବାସୀଙ୍କ ପାଇଁ ଭଲ ସଡ଼କ ସହ ଏକ ପୋଲ ନିର୍ମାଣ କରିବେ ତା’ହେଲେ ଏହି ତିନିଖଣ୍ଡ ଗ୍ରାମବାସୀ ଉପକୃତ ହୋଇ ପାରିବେ ବୋଲି ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri