ମେଶିନ ଲଗାଇ ରାସ୍ତା କାମ, ଦାଦନ ଖଟୁଛନ୍ତି ଶ୍ରମିକ

ମାଲକାନଗିରି,୧୦ା୨(ଦୁର୍ଯ୍ୟୋଧନ ପାତ୍ର)-ଗରିବ ଓ ଅସହାୟଙ୍କୁ ବାର୍ଷିକ ଅନ୍ୟୁନ ଶହେ ଦିନ ରୋଜଗାର ଯୋଗାଇ ଦେବାକୁ ସରକାର ବାର୍ଷିକ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଏମ୍‌ଜିଏନ୍‌ଆରଇଜିଏସ୍‌ ଭଳି ବହୁ ଯୋଜନା କରିଛନ୍ତି। ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ କରାଯାଇ ସୁଶାସନର ଆଶ୍ୱାସନା ମଧ୍ୟ ଦିଆଯାଉଛି ା ହେଲେ ବିଭିନ୍ନ ପ୍ରକଳ୍ପ ଓ ନିର୍ମାଣାଧିନ କାମରେ ଲୋକଙ୍କ ବଦଳରେ ମେଶିନ ଲଗାଇ ବେଆଇନ ଭାବେ ନିମ୍ନମାନର କାମ କରାଯାଉଥିବା ବେଳେ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି।

ଫଳରେ ବାଧ୍ୟ ହୋଇ ଅଞ୍ଚଳର ଲୋକେ କାମ ଧନ୍ଦା ନ ପାଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯିବା ପାଇଁ ବାଧ୍ୟ ହେଉଛନ୍ତି। ଏପରି ଦେଖିବାକୁ ମିଳିଛି କାଲିମେଳା ବ୍ଲକ ଗୁମକା ପଞ୍ଚାୟତ ଏମ୍‌ପିଭି ୧୪ ଗ୍ରାମରୁ ନଦୀ ଘାଟ ରାସ୍ତା କାମ ବିନା ଫଳକରେ ଠିକାଦାର ମେଶିନ ଲଗାଇ ସାରି ଦେଇଛନ୍ତି। ଏହି ପ୍ରକଳ୍ପଟି ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଲୋକଙ୍କ ଦ୍ୱାରା କରାଯିବାକୁ ଥିବା ବେଳେ ଠିକାଦାରଙ୍କ ଦ୍ୱାରା ମେଶିନ ଲଗାଇ କରାଯାଇ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରାଯାଇଛି। କେତେ ମାଟି ପକାଇ କାମଟି ସମ୍ପୂର୍ଣ୍ଣ ହୋଇଯାଇଥିବା କୁହାଯାଇଛି।

ପ୍ରକଳ୍ପ ଆଡ଼ରେ ପକାଯାଇଥିବା ଏହି ମାଟି ବର୍ଷାରେ ଧୋଇ ହୋଇଯିବ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଗ୍ରାମରେ କୌଣସି କାମ ଧନ୍ଧା ନ ପାଇ ଲୋକେ ଦାଦନ ଖଟିବାକୁ ପଡୋଶୀ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼କୁ ଚାଲି ଯାଉଥିବା ବେଳେ ଗ୍ରାମରେ ତରବରିଆ ଭାବେ ଠିକାଦାରଙ୍କ ଦ୍ୱାରା ଚେଷ୍ଟା କରିଥିଲେ ସୁଦ୍ଧା ତାହା ସମ୍ଭବ ହୋଇ ପାରି ନ ଥିବାରୁ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ। ଏହି ନିମ୍ନମାନର କାମର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri