ଘର ଲୋକ ଛାଡ଼ି ପଳାଇଲେ… ବିଜେଡି ଏବେ କରିବ କ’ଣ

ଯାଜପୁର,୨୪ା୯(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଏକ ରୋଚକ ରାଜନୈତକ ଘଟଣା ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ସମୟରେ ଅନ୍ୟ ଜିଲାରେ ପ୍ରାର୍ଥୀ ହୋଇ ହାରିଥିବା ବିଜେଡିର ଜଣେ ଜଣାଶୁଣା ନେତା ଗତ ୨୦ ତାରିଖରେ କୋରେଇ ନିର୍ବାଚନମଣ୍ଡଳୀର ଷଠିପୁରରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ସେ କହିଥିଲେ, ୨୦୧୪ରୁ କୋରେଇବାସୀ ନିଜ ନିର୍ବାଚନମଣ୍ଡଳୀର ତଥା ମା’ ମାଟିର ପ୍ରାର୍ଥୀଙ୍କୁ ଗୁରୁତ୍ୱ ଦେଉଛନ୍ତି। ହାରିବା ଜିତିବା ବଡ଼ କଥା ନୁହେଁ, ଘରକୁ ଫେରିବା ଗୁରୁତ୍ୱପୂର୍ଣ୍ଣ। ଯାଜପୁର ତାଙ୍କ ଦେବକୀ ମା’ ଓ କୋରେଇ ହେଉଛି ତାଙ୍କ ଯଶୋଦା ମା’। ସେ ଯାଜପୁରରେ ରହୁଛନ୍ତି ଏବଂ କୋରେଇର ସେବା କରିବେ ବୋଲି କହିଥିଲେ। ଏହି ବନ୍ଧୁମିଳନ କାର୍ଯ୍ୟକ୍ରମକୁ ୨୪ ଘଣ୍ଟା ନ ପୂରୁଣୁ ଅର୍ଥାତ୍‌ ୨୧ ତାରିଖରେ କୋରେଇ ନିର୍ବାଚନମଣ୍ଡଳୀର ୧ ନଂ. ଜୋନ୍‌ ଅନ୍ତର୍ଗତ ୩ଟି ପଞ୍ଚାୟତ କାଚରାସାହି, ପାଟରାଙ୍ଗ ଏବଂ ତଳଗଡ଼ର ବହୁ ବିଜେଡି ନେତା ଓ କର୍ମୀ ଦଳଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଏନେଇ କୋରେଇ ବିଧାୟକ ଆକାଶ ଦାସନାୟକଙ୍କ ଯାଜପୁର ରୋଡ୍‌ସ୍ଥିତ ବାସଭବନରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ଛାଡ଼ିଥିବା ନେତା ଓ କର୍ମୀଙ୍କ ମଧ୍ୟରେ କାଚରାସାହି ପଞ୍ଚାୟତର ୨୧ଜଣ ଏବଂ ପାଟରାଙ୍ଗର ୧୬ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରେ କେତେଜଣ ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ଅଛନ୍ତି। ସମସ୍ତଙ୍କୁ ବିଧାୟକ ଆକାଶ ଦାସନାୟକ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଛନ୍ତି। ଏହାପରେ ଏବେ ଚର୍ଚ୍ଚା ହେଉଛି ଯେ, ନେତାଙ୍କ ଘର ବାହୁଡ଼ା ଦେଖି ଘର ଲୋକ ଛାଡ଼ି ପଳେଇଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri