ମୋଦି ମାର୍କା ବିକାଶ କ’ଣ ଲୋକେ ବୁଝିଗଲେଣି: ଶରତ

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ୯ ବର୍ଷ ପୂର୍ତ୍ତି ଉତ୍ସବକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ୯ ବର୍ଷର ମୋଦି ଶାସନର ଗୁଣଗାନ ଚାଲିଛି। ମାତ୍ର ଏହି ସମୟରେ ଦେଶର ସାଧାରଣ ଜନତା ତଳିତଳାନ୍ତ ହୋଇପଡ଼ିଛନ୍ତି। ”ମୋଦି ମାର୍କା ବିକାଶ“କ’ଣ ତାହା ଦେଶର ଜନସାଧାରଣ ଅନୁଭବ କଲେଣି। ମହଙ୍ଗା ମାଡ଼ରେ ଲୋକେ ହନ୍ତସନ୍ତ। ଖାଇବା ତେଲ, ଅଟା ଓ ଡାଲି ପ୍ରଭୃତି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ଏବେ ଆକାଶ ଛୁଆଁ। କଂଗ୍ରେସ ଅମଳରେ ମିଳୁଥିବା ୪୧୦ ଟଙ୍କାର ଗ୍ୟାସ ଟାଙ୍କି ଆଜି ୧୧୩୦ ଟଙ୍କା ଟପିଛି। ୨୦୧୪ ପୂର୍ବରୁ ଡିଜେଲ ଲିଟର ପିଛା ୫୫ ଟଙ୍କା ଏବଂ ପେଟ୍ରୋଲ ଲିଟର ପିଛା ୬୫ ଟଙ୍କାରୁ ୭୦ ଟଙ୍କାରେ ମିଳୁଥିବାବେଳେ, ମୋଦି ସରକାରରେ ତାହା ୧୦୦ ଟଙ୍କା ପାର ହୋଇଛି। ଦେଶର ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦି ପ୍ରତାରିତ କରିଛନ୍ତି। ଚାଷୀଙ୍କର ଆୟ ୨୦୨୨ ସୁଧା ଦ୍ୱିଗୁଣିତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ପ୍ରକୃତରେ ଚାଷୀର ଆୟ ୨୦୧୪ ଠାରୁ ବହୁ ପରିମାଣରେ କମିଯାଇଛି। ୩ଟି କଳା କୃଷି ଆଇନ୍‌ ପ୍ରଣୟନ କରିଥିଲେ। ଯେଉଁଥିରେ ଚାଷୀ ସର୍ବସ୍ବାନ୍ତ ହୋଇଥାନ୍ତେ ବୋଲି ଶରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri