ମୋଦି ମାର୍କା ବିକାଶ କ’ଣ ଲୋକେ ବୁଝିଗଲେଣି: ଶରତ

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ୯ ବର୍ଷ ପୂର୍ତ୍ତି ଉତ୍ସବକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ୯ ବର୍ଷର ମୋଦି ଶାସନର ଗୁଣଗାନ ଚାଲିଛି। ମାତ୍ର ଏହି ସମୟରେ ଦେଶର ସାଧାରଣ ଜନତା ତଳିତଳାନ୍ତ ହୋଇପଡ଼ିଛନ୍ତି। ”ମୋଦି ମାର୍କା ବିକାଶ“କ’ଣ ତାହା ଦେଶର ଜନସାଧାରଣ ଅନୁଭବ କଲେଣି। ମହଙ୍ଗା ମାଡ଼ରେ ଲୋକେ ହନ୍ତସନ୍ତ। ଖାଇବା ତେଲ, ଅଟା ଓ ଡାଲି ପ୍ରଭୃତି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ଏବେ ଆକାଶ ଛୁଆଁ। କଂଗ୍ରେସ ଅମଳରେ ମିଳୁଥିବା ୪୧୦ ଟଙ୍କାର ଗ୍ୟାସ ଟାଙ୍କି ଆଜି ୧୧୩୦ ଟଙ୍କା ଟପିଛି। ୨୦୧୪ ପୂର୍ବରୁ ଡିଜେଲ ଲିଟର ପିଛା ୫୫ ଟଙ୍କା ଏବଂ ପେଟ୍ରୋଲ ଲିଟର ପିଛା ୬୫ ଟଙ୍କାରୁ ୭୦ ଟଙ୍କାରେ ମିଳୁଥିବାବେଳେ, ମୋଦି ସରକାରରେ ତାହା ୧୦୦ ଟଙ୍କା ପାର ହୋଇଛି। ଦେଶର ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦି ପ୍ରତାରିତ କରିଛନ୍ତି। ଚାଷୀଙ୍କର ଆୟ ୨୦୨୨ ସୁଧା ଦ୍ୱିଗୁଣିତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ପ୍ରକୃତରେ ଚାଷୀର ଆୟ ୨୦୧୪ ଠାରୁ ବହୁ ପରିମାଣରେ କମିଯାଇଛି। ୩ଟି କଳା କୃଷି ଆଇନ୍‌ ପ୍ରଣୟନ କରିଥିଲେ। ଯେଉଁଥିରେ ଚାଷୀ ସର୍ବସ୍ବାନ୍ତ ହୋଇଥାନ୍ତେ ବୋଲି ଶରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri