ଦୁର୍ଦ୍ଦଶା ଭୋଗୁଛନ୍ତି ୩ଗାଁର ଲୋକେ

ରୂପସା, ୪ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ନଟାକଟା ପଞ୍ଚାୟତର ଅମର୍ଦ୍ଦାରୋଡ଼ ରେଳପଥ କଡ଼ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ବେଲା, ଖଣ୍ଡପସା ଓ ପଞ୍ଚବାଟିଆ ଗ୍ରାମର ୩ହଜାର ଲୋକ ବହୁତ ହଇରାଣ ହେଉଛନ୍ତି।
ସ୍ବାଧୀନତାର ୭୫ବର୍ଷ ପରେ ବି ସ୍ଥାୟୀ ରାସ୍ତା ନ ଥିବାରୁ ଏହି ଗ୍ରାମର ଲୋକମାନେ ରେଳପଥ ରାସ୍ତା ଉପରେ ନିର୍ଭର କରିଥାନ୍ତି। ପଞ୍ଚବାଟିଆ ରେଳଫାଟକଠାରୁ କେବିନ ପର୍ଯ୍ୟନ୍ତ ମାଟି ରାସ୍ତା ଓ କେବିନ ନିକଟରୁ ଅମର୍ଦ୍ଦାରୋଡ ରେଳଷ୍ଟେଶନ ପର୍ଯ୍ୟନ୍ତ ରହିଛି ପିଚୁରାସ୍ତା। ମରାମତି ଅଭାବରୁ ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇ ବର୍ଷାଦିନେ ଆଣ୍ଠୁଏ ଲେଖାଏଁ ପାଣି ଜମି ରହିଛି। ଜରୁରୀ ପରିସ୍ଥିତିରେ ଆମ୍ବୁଲାନ୍ସ, ଦମକଳ ଗାଡି ଆଦି ଯା’ଆସ କରିବାରେ ବାଧା ଉପୁଜୁଛି। ଉକ୍ତ ରାସ୍ତା ଦେଇ ଗାଡ଼ିରେ ଆସିବା ତ ଦୂରରେ ଥାଉ, ଚାଲିକି ଆସିବା ମଧ୍ୟ ସମ୍ଭବ ହୋଇପାରୁନାହିଁ। ଏ ସମ୍ପର୍କରେ ଗ୍ରାମବାସୀ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଓ ରେଳମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ହେଁ ଏଯାବତ ସ୍ଥାୟୀ ରାସ୍ତା ନିର୍ମାଣ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ସରକାର ସବୁଠି ଗମନାଗମନ ସୁବ୍ୟବସ୍ଥା କରୁଥିବା ବେଳେ ଏଠାରେ ପ୍ରଶାସନିକ ଓ ରାଜନୈତିକ ଇଛାଶକ୍ତି ଅଭାବରୁ ଏଥିରେ ବ୍ୟତିକ୍ରମ ଘଟୁଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ତୁରନ୍ତ ସ୍ଥାୟୀ ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନ ଜୋରଦାର ହେବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?