କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର ୪ଟି ମୋଟରରୁ ୨ ଟି ମୋଟର ପୋଡ଼ିଯାଇଛି। ଫଳରେ ପ୍ରକଳ୍ପର ଓଭର ହେଡ୍‌ ଟାଙ୍କିକୁ ପାଣି ଉଠୁନାହିଁ। କିଛି ବ୍ୟକ୍ତି ବେଆଇନ ଭାବେ ଘରେ ମୋଟର ଲଗାଇ ପାଣି ନେଉଥିବାରୁ ତଳ ମୁଣ୍ଡରେ ଥିବା ପରିବାର ଲୋକଙ୍କୁ ପାଣି ମିଳୁନି। ପ୍ରତିବାଦରେ ଗୁରୁବାର ଗ୍ରାମର ବହୁ ସଂଖ୍ୟକ ମହିଳା ହାଣ୍ଡି ମାଠିଆ ଧରି ଜଗନ୍ନାଥପୁର ଛକ-ହିଞ୍ଜିଳିକାଟୁ ମୁଖ୍ୟରାସ୍ତାକୁ ପୂର୍ବାହ୍ନ ପ୍ରାୟ ୧୦ଟାରୁୁ ଅପରାହ୍ନ ପ୍ରାୟ ୩ଟା ଯାଏ ୫ ଘଣ୍ଟା ବ୍ୟାପୀ ଅବରୋଧ କରିଥିଲେ। ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟକ ଯାନବାହନ ଅଟକି ରହିଥିଲା। ଖବରପାଇ ସାନଖେମୁଣ୍ଡି ବ୍ଲକ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଇଂ. ଉପମା ଘଡେଇ, ପାଟପୁର ଥାନା ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ମହିଳାମାନଙ୍କୁ ଖୁବ୍‌ଶୀଘ୍ର ପ୍ରକଳ୍ପରୁ ନିୟମିତ ଭାବେ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରାଯିବାର ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି। ଏନେଇ ସରପଞ୍ଚ ଜୟନ୍ତୀ ଖୁଣ୍ଟିଆଙ୍କୁ ପଚାରିବାରୁ ଈର୍ଷା ପରାୟଣ ହୋଇ କିଛି ବ୍ୟକ୍ତି ତାଙ୍କୁ ସାଧାରଣରେ ନିନ୍ଦିତ କରିବା ପାଇଁ ଏଭଳି ଲୋକଦେଖାଣିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଲୋକଙ୍କୁ ପାଣି କିଭଳି ନିୟମିତ ମିଳିବ ସେ ଚିନ୍ତା କାହାରିକୁ ନାହିଁ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏବେଠାରୁ କିଛି ବ୍ୟକ୍ତି ସରପଞ୍ଚ ହେବାର ସ୍ବପ୍ନ ଦେଖିଲେଣି ବୋଲି ପୂର୍ବତନ ସରପଞ୍ଚ ରୋହିତ ଖୁଣ୍ଟିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri