କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର ୪ଟି ମୋଟରରୁ ୨ ଟି ମୋଟର ପୋଡ଼ିଯାଇଛି। ଫଳରେ ପ୍ରକଳ୍ପର ଓଭର ହେଡ୍‌ ଟାଙ୍କିକୁ ପାଣି ଉଠୁନାହିଁ। କିଛି ବ୍ୟକ୍ତି ବେଆଇନ ଭାବେ ଘରେ ମୋଟର ଲଗାଇ ପାଣି ନେଉଥିବାରୁ ତଳ ମୁଣ୍ଡରେ ଥିବା ପରିବାର ଲୋକଙ୍କୁ ପାଣି ମିଳୁନି। ପ୍ରତିବାଦରେ ଗୁରୁବାର ଗ୍ରାମର ବହୁ ସଂଖ୍ୟକ ମହିଳା ହାଣ୍ଡି ମାଠିଆ ଧରି ଜଗନ୍ନାଥପୁର ଛକ-ହିଞ୍ଜିଳିକାଟୁ ମୁଖ୍ୟରାସ୍ତାକୁ ପୂର୍ବାହ୍ନ ପ୍ରାୟ ୧୦ଟାରୁୁ ଅପରାହ୍ନ ପ୍ରାୟ ୩ଟା ଯାଏ ୫ ଘଣ୍ଟା ବ୍ୟାପୀ ଅବରୋଧ କରିଥିଲେ। ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟକ ଯାନବାହନ ଅଟକି ରହିଥିଲା। ଖବରପାଇ ସାନଖେମୁଣ୍ଡି ବ୍ଲକ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଇଂ. ଉପମା ଘଡେଇ, ପାଟପୁର ଥାନା ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ମହିଳାମାନଙ୍କୁ ଖୁବ୍‌ଶୀଘ୍ର ପ୍ରକଳ୍ପରୁ ନିୟମିତ ଭାବେ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରାଯିବାର ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି। ଏନେଇ ସରପଞ୍ଚ ଜୟନ୍ତୀ ଖୁଣ୍ଟିଆଙ୍କୁ ପଚାରିବାରୁ ଈର୍ଷା ପରାୟଣ ହୋଇ କିଛି ବ୍ୟକ୍ତି ତାଙ୍କୁ ସାଧାରଣରେ ନିନ୍ଦିତ କରିବା ପାଇଁ ଏଭଳି ଲୋକଦେଖାଣିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଲୋକଙ୍କୁ ପାଣି କିଭଳି ନିୟମିତ ମିଳିବ ସେ ଚିନ୍ତା କାହାରିକୁ ନାହିଁ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏବେଠାରୁ କିଛି ବ୍ୟକ୍ତି ସରପଞ୍ଚ ହେବାର ସ୍ବପ୍ନ ଦେଖିଲେଣି ବୋଲି ପୂର୍ବତନ ସରପଞ୍ଚ ରୋହିତ ଖୁଣ୍ଟିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?