ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି ଭୋଜି ଭାତ କରିବା ଭିଡ଼ିଓ ବର୍ତ୍ତମାନ ଭାଇରାଲ ହେବାପରେ ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନା ଯୋଗ୍ୟ, ସଂରକ୍ଷିତ କୀର୍ତ୍ତିରାଜିର ୧୦୦ ମିଟର ପରିଧି ମଧ୍ୟରେ କୌଣସି ପ୍ରକାର ନିର୍ମାଣ, ଖନନ, କିମ୍ବା ଭୋଜି-ଭାତ ଭଳି କାର୍ଯ୍ୟକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ହେଲେ ଅଠରନଳା ଭଳି ଐତିହାସିକ ସ୍ଥଳରେ ଏଭଳି ଭୋଜି କରିବାକୁ କିଏ ଅନୁମତି ଦେଲା ତାକୁ ନେଇ ସ୍ଥାନୀୟ ଲୋକେ ପ୍ରଶ୍ନ ସୃଷ୍ଟି କରିଛନ୍ତି। ଘଟଣାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ପ୍ରେମଲାଲଙ୍କୁ ଝୁରୁଛନ୍ତି କୋକସରା ବାସୀ, ଅଞ୍ଚଳରେ ଶୋକର ଛାୟା

କୋକସରା,୯।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଁଇଲି ଗ୍ରାମର ପ୍ରେମଲାଲ ସାହୁ (୫୫)ଙ୍କ ପରଲୋକ ହୋଇ ଯାଇଛି ।…

ସିଜିମାଳିରେ ମା’ ମାଟି ମାଳି ସୁରକ୍ଷା ମଞ୍ଚ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ, ଶକ୍ତି ପ୍ରଦର୍ଶନ….

​କଲ୍ୟାଣସିଂହପୁର,୯।୮(ଦୀପକ କୁମାର ପରିଡ଼ା): ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ “ମା’ ମାଟି ମାଳି ସୁରକ୍ଷା ମଞ୍ଚ” ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ମହାସମାରୋହରେ ରବିବାର ପାଳିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri