ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଜନଶୁଣାଣି କରାଇ ଦେଲେନି ଲୋକେ, ଫେରି ଆସିଲେ ଅଧିକାରୀ

ନନ୍ଦପୁର/ପାଡୁଆ,୪।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ପୂର୍ବରୁ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣିରେ ପଞ୍ଜୀକୃତ ପଞ୍ଚାୟତବାସୀଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ଏଯାବତ୍ ହୋଇପାରି ନାହିଁ । ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ବ୍ଲକ ଓ ଜିଲା ପ୍ରଶାସନ ଗଡେଇ ଚାଲିଛି। ପଞ୍ଚାୟତବାସୀଙ୍କ କହିବା ଅନୁସାରେ, ନାଗେଶ୍ୱରି ପାହାଡରୁ ବକ୍ସାଇଟ ଖଣି ଖନନ ପାଇଁ ପଞ୍ଚାୟତ କାର୍ଯ୍ୟଳୟରେ ଅନୁଷ୍ଠିତ ଫର୍ଜୀ ଗ୍ରାମସଭା ଯେଉଁଥିରେ ମୃତକ ଓ ଅନୁପସ୍ଥିତ ଲୋକଙ୍କ ସନ୍ତକ କରି ସଫଳ ହୋଇଥିବା ଘୋଷଣା କରାଯାଇଥିଲା । ଉକ୍ତ ଗ୍ରାମସଭାକୁ ବାତିଲ କରିବାକୁ ଆମେ କରିଥିବା ଦାବି ଓ ଅନୁରୋଧକୁ ପ୍ରଶାସନ ଅଗ୍ରାହ୍ୟ କରି ଦେଇଛି। ତେବେ ନୂଆ ଜନଶୁଣାଣି କାହିଁକି,? ଏଭଳି କହି ପଞ୍ଚାୟତ ବାସୀ, ନିର୍ବାଚିତ ୱାର୍ଡସଭ୍ୟ, ନାଗେଶ୍ୱରି ସୁରକ୍ଷା ସମିତି ସଦସ୍ୟ ସୋମବାର ସକାଳୁ ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ପଞ୍ଚାୟତ ସ୍ତରୀୟ ଜନଶୁଣାଣିକୁ ବିରୋଧ କରିଥିଲେ।

କାର୍ଯ୍ୟାଳୟ ବାହାରେ ସକାଳୁ ବ୍ଲକରେ କାର୍ଯ୍ୟରତ ସହଯୋଗୀ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଡିଓଙ୍କୁ ଅପେକ୍ଷା କରିଥିଲେ। ବିଡିଓ ତଥା ଭାରପ୍ରାପ୍ତ ତହସିଲଦାର ଦୁର୍ଗା ପ୍ରସାଦ ଦୋରା ପାଡୁଆ ଥାନାଧିକାରୀ ଅଶୋକ ବିଶୋଇ ପ୍ରମୁଖ ପୋଲିସ ଦଳ ପୂର୍ବାହ୍ନ ୧୦ ଘଟିକାରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ଲୋକେ ନିଜ ଜିଦରେ ଅଟଳ ରହି ପ୍ରଥମେ ପୂର୍ବ ଅଭିଯୋଗ ଗୁଡ଼ିକର ସମାଧାନ କରାଯାଉ ତାପରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଆୟୋଜନ କରାଯିବ କହି କାହାରିକୁ କାର୍ଯ୍ୟାଳୟ ଭିତରକୁ ଛାଡ଼ି ନଥିଲେ।

ଫଳତଃ ବାଧ୍ୟ ହୋଇ ବିଡ଼ିଓ ଦୋରା, ସିଡିପିଓ ମିନତି ବାଳା ପଟ୍ଟନାୟକ, ସହକାରୀ ଶିକ୍ଷାଧିକାରୀ ମମତାଜ ଗମାଙ୍ଗ, ଟିପିଏସଓଡିଏଲ ଯନ୍ତ୍ରୀ ପ୍ରଭୁ ମଲ୍ଲିକ, କୃଷି, ସ୍ୱାସ୍ଥ୍ୟ, ଉଦ୍ୟାନ, ଜଙ୍ଗଲ, ଆରଡି ବିଭାଗ ଅଧିକାରୀ ଫେରି ଆସିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri