ପଞ୍ଚାୟତ ଅଧିକାରୀଙ୍କୁ ତାଲା ପକାଇଲେ ଲୋକେ

ବାହାନଗା, ୨୫ ।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଥିଲା। ଯାଞ୍ଚ ପରେ ରବିବାର ବ୍ଲକ ଓ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନଙ୍କର ନାମ ତାଲିକା ପ୍ରକାଶ କରାଯାଇଥାଏ। ସେହି ଅନୁଯାୟୀ ରବିବାର ଅପରାହ୍ନରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣ୍ଡାଶୁଣି ପଞ୍ଚାୟତ କାନ୍ଥରେ ଦୁଇଥର ନାମ ତାଲିକା ପ୍ରକାଶକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକମାନେ ଗ୍ରାମ ପଞ୍ଚାୟତ ଅଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ରଖି ତାଲା ପକାଇ ଦେଇଥିଲେ। ଖନ୍ତାପଡା ଥାନା ଅଧିକାରୀ ଓ ବାହାନଗା ତହସିଲଦାର ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରି ପଞ୍ଚାୟତ ଅଧିକାରୀଙ୍କୁ ଉଦ୍ଧାର କରିଥିଲେ। ପଣ୍ଡାଶୁଣି ପଞ୍ଚାୟତ ଅଧିକାରିଣୀ ଲିଲିମା ସିଂ ରବିବାର ଚୂଡାନ୍ତ ସରପଞ୍ଚ ପ୍ରାର୍ଥୀମାନଙ୍କ ନାମତାଲିକା ବ୍ଲକରୁ ଆଣି ପଞ୍ଚାୟତ କାନ୍ଥରେ ଲଗାଇଥିଲେ। ପ୍ରଥମେ ୫ଜଣଙ୍କ ନାମ ନୋଟିସ୍‌ ବୋର୍ଡରେ ଚୂଡାନ୍ତ ତାଲିକାରେ ଲଗାଯାଇଥିବା ବେଳେ ପୁନର୍ବାର ସନ୍ଧ୍ୟା ୬ଟା ପରେ ଅନ୍ୟ ୨ଜଣଙ୍କ ଚୂଡାନ୍ତ ସରପଞ୍ଚ ପ୍ରାର୍ଥୀଙ୍କ ନାମ ନୋଟିସ୍‌ ବୋର୍ଡରେ ମାରିବାରୁ ଲୋକମାନେ ବିରୋଧ କରିଥିଲେ ା ଉତ୍ତ୍ୟକ୍ତ ଲୋକେ ପଞ୍ଚାୟତ ଅଧିକାରିଣୀ ଲିଲିମା ସିଂଙ୍କୁ ଗ୍ରାମବାସୀ କାର୍ଯ୍ୟାଳୟ ଭିତରେ ତାଲା ପକାଇ ଦେଇଥିଲେ। ଉପରିସ୍ଥ ଅଫିସର ଆସିବା ପରେ ଛଡାଯିବ ବୋଲି ଅଡି ବସିଥିଲେ। ବାହାନଗା ତହସିଲଦାର ରାଜେନ୍ଦ୍ର ନାରାୟଣ କର ଓ ଖନ୍ତାପଡା ଥାନା ଅଧିକାରୀ ନିର୍ମଳ ଚନ୍ଦ୍ର ନାୟକ ସଦଳବଳେ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହିତ ଅଟକ ଅଧିକାରୀଙ୍କୁ ରାତିରେ ଉଦ୍ଧାର କରିଥିଲେ। ପଞ୍ଚାୟତ ଅଧିକାରିଣୀ ଲିଲିମା ସିଂ କହିଥିଲେ ଯେ, ୨ଜଣ ସରପଞ୍ଚ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ରହିଯାଇଥିଲା। ସେ ପ୍ରଥମେ ୫ଜଣଙ୍କ ଚୂଡାନ୍ତ ତାଲିକା ମାରି ସାରିବା ପରେ ଅନ୍ୟ ଦୁଇଜଣଙ୍କ ନାମ ରହିଯାଇଥିବା ବ୍ଲକରୁ ଫୋନ ଆସିଥିଲା। ବ୍ଲକକୁ ଯାଇ ସେ ଦୁଇଟି ନାମକୁ ଆଣି କାନ୍ଥରେ ନୋଟିସ୍‌ ବୋର୍ଡରେ ମାରିଥିଲି। ତେବେ ପଛରେ ମରାଯାଇଥିବା ଦୁଇଜଣଙ୍କ ନାମକୁ ଲୋକମାନେ କାନ୍ଥରୁ ବାହାର କରିଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?