ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି ମୁନ୍ଦେ ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବା ବେଳେ ଏବେ ସେମାନଙ୍କ ଧୈର୍ଯ୍ୟଚ୍ୟୁତି ଘଟିଛି। ପାଣି ପାଇଁ ଲୋକେ ରାଜରାସ୍ତାକୁ ଓହ୍ଲାଇ ଏକ ଅଭିନବ ଉପାୟରେ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି, ଯାହାକୁ ନେଇ ସମଗ୍ର ରାଜ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି।

ସୂଚନା ଅନୁଯାୟୀ, ବେଲପଡ଼ା ବ୍ଲକର ଜୁବା, ଧୁମାଭଟା ଏବଂ କପାଣି ପଞ୍ଚାୟତର ବିଭିନ୍ନ ଗ୍ରାମ ଯେପରିକି– ନାଗଫେଣା, ବିଲେଇମରା, ଜୁବା, ଖଲିପଥର, ଧୁମାଭଟା, ଡୁଙ୍ଗୁରିଗୁଡ଼ା, ହଟକଟ, କଲଛିକଛାର ଏବଂ ଜଲିଆ ଗ୍ରାମର ଶତାଧିକ ମହିଳା ଏକଜୁଟ ହୋଇଥିଲେ । ହାତରେ ଗରା, ମାଠିଆ ଓ ବାଲଟି ଧରି ନାଗଫେଣା ଗ୍ରାମରୁ ଏକ ବିଶାଳ ପଦଯାତ୍ରା ବାହାରିଥିଲା। ମହିଳାମାନେ ପ୍ରଚଣ୍ଡ ଖରାକୁ ଭ୍ରୂକ୍ଷେପ ନକରି ଦୀର୍ଘ ୨୦ କିଲୋମିଟର ଚାଲି ଚାଲି ଆସି ବେଲପଡ଼ା ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ ।

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ ଆନ୍ଦୋଳନକାରୀମାନେ ପ୍ରଶାସନ ବିରୋଧରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଉତ୍ତ୍ୟକ୍ତ ମହିଳାମାନେ ସେଠାରେ ଗରା ଓ ମାଠିଆ ଗୁଡ଼ିକୁ ଭାଙ୍ଗି ନିଜର ଆକ୍ରୋଶ ପ୍ରକାଶ କରିବା ସହ ବ୍ଲକ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଥିଲେ । ଅଞ୍ଚଳରେ ତୁରନ୍ତ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଦାବି କରି ସେମାନେ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO)ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ଏହି ଆନ୍ଦୋଳନ କୋସଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ଜନାର୍ଦନ ସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା. ଏଥିରେ ନାରୀ ନେତ୍ରୀ ଚନ୍ଦ୍ରକାନ୍ତି ସେଠ, ରେଶେଶ୍ୱରୀ ଧରୁଆ, ଜିତୁ ନାଏକ, ଜୁଗଲ କିଶୋର ମେହେର, ରାମ ପ୍ରଧାନ, ତୁଷ ବୁଡ଼େକ, ସମ୍ପଦ ଦଣ୍ଡସେନା, ଲୋକେଶ ଭୋଇ, ଜୟ ଗୋପାଳ ରାଉତ, ପ୍ରମୋଦ ନାଗ, ସିପୁନ ଖମାରୀଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇ ପ୍ରଶାସନଠାରୁ ତୁରନ୍ତ ପଦକ୍ଷେପ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri