ବିପଦପୂର୍ଣ୍ଣ ଭାବେ ଭରାନଦୀରେ ଯାଉଛନ୍ତି ୧୮ ଗାଁ ଲୋକେ

ରାୟଗଡ଼ା,୨୧।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ୧୮ ଖଣ୍ଡ ଗ୍ରାମର ଗ୍ରାମବାସୀଙ୍କ ମୁଖ୍ୟରାସ୍ତା ପାଲଟିଛି ନାଗାବଳୀ ନଦୀ। ଗ୍ରାମବାସୀ ନଦୀ ଅପରପାର୍ଶ୍ୱରେ ବସବାସ କରୁଥିବାରୁ ଯାତାୟାତରେ ସୁବିଧା ପାଇଁ ନଦୀ ଉପରେ ବିଜୁ ସେତୁ ନିର୍ମାଣ କାର୍ଯ୍ୟ ଗତ ୪ ବର୍ଷ ତଳେ ଆରମ୍ଭ ହୋଇଛି ା ହେଲେ ପୋଲ କାମ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇପାରୁନି ା ଫଳରେ ଦୈନନ୍ଦିନ କାର୍ଯ୍ୟ ଏବଂ ଜରୁରୀ ସେବା ପାଇଁ ଗ୍ରାମବାସୀ ବିପଜ୍ଜନକ ଅବସ୍ଥାରେ ଭରାନଦୀ ପାରିହୋଇ ଯିବାକୁ ବାଧ୍ୟ ହେଉଛନ୍ତି। ରୋଗୀ ଏବଂ ଗର୍ଭବତୀଙ୍କୁ ଡାକ୍ତରଖାନା ନେବା ପାଇଁ ଷ୍ଟ୍ରେଚର ଏବଂ ଭାରରେ ବୋହି ନଦୀ ପାର ହେବା ବ୍ୟତୀତ ଅନ୍ୟ ବିକଳ୍ପ ନାହିଁ ା ରାୟଗଡ଼ା ସଦର ବ୍ଲକ ଶେଷଖାଲ ପଞ୍ଚାୟତ ଅନ୍ତର୍ଗତ ଖିଲିମିସଗୁଡ଼ା ଗ୍ରାମରେ ଗତ ବୁଧବାର ଜଣେ ରୋଗୀଙ୍କୁ ବିପଦସଙ୍କୁଳ ଭାବେ ନଦୀ ପାର କରାଯାଉଥିବା ଦେଖିବାକୁ ମିଳିଥିଲା। ଏହି ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣାର ଉଦାହରଣ ଅନେକ ଥର ଦେଖିବାକୁ ମିଳେ ା ଗ୍ରାମରେ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହୋଇଥିଲା ା କିନ୍ତୁ ଆରମ୍ଭ ହେବାର କିଛି ଦିନ ପରେ ତାହା ବନ୍ଦ ହୋଇଯାଇଥିଲା ା ଫଳରେ ଗ୍ରାମବାସୀ ରୋଗାକ୍ରାନ୍ତ ହେଲେ ଜେମାଦେଇପେଣ୍ଠ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିବାକୁ ପଡ଼େ ା ତେଣୁ ଗ୍ରାମବାସୀ ବାଧ୍ୟ ହୋଇ ବିପଦପୂର୍ଣ୍ଣ ଭାବେ ନଦୀପାର ହୋଇ ଯାତାୟାତ କରୁଥିବା କହିଛନ୍ତି।
ନାଗାବଳୀ ଅପରପାର୍ଶ୍ୱରେ ରହିଥିବା ଖିଲମିସଗୁଡ଼ା, ରାଣାଗୁଡ଼ା, କେରାଣ୍ଡି, ଲୁମ୍ବେସୁ, କାଷଡ଼ା, ତରାମ୍‌, ପାଲମପୁଲିସ, ଚମ୍ପି ଏବଂ ଦୁର୍ଗାପାଡ଼ୁ ସମେତ ୧୮ ଗ୍ରାମର ଲୋକେ ଯାତାୟାତ ନିମନ୍ତେ ବର୍ଷ ବର୍ଷ ଧରି ସମସ୍ୟା ଭୋଗୁଛନ୍ତି ା ତେବେ ଏହାର ସମାଧାନ ପାଇଁ ୨୦୧୯ ମାର୍ଚ୍ଚ ୮ରେ ୧୧ କୋଟି ୫୩ ଲକ୍ଷ ୫୦ ହଜାର ୨୧୨ ଟଙ୍କା ବ୍ୟୟ ଅଟକଳରେ ନଦୀ ଉପରେ ବିଜୁ ସେତୁ ଯୋଜନାରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଆରମ୍ଭ ହୋଇଥିବା ଏହି ପୋଲ ନିର୍ମାଣ ୨୦୨୧ ମାର୍ଚ୍ଚ ୭ ତାରିଖ ମଧ୍ୟରେ କାମ ଶେଷ ପାଇଁ ସମୟସୀମା ଧାର୍ଯ୍ୟ ହୋଇଥିଲା ା ତେବେ ପୋଲ କାମ ଶେଷ ହୋବା ଦୂର କଥା ଏବେ ଅଧାପନ୍ତରିଆ ଅବସ୍ଥାରେ ପଡ଼ି ରହିଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀ ଦିଲୀପ ରାଉତରାୟଙ୍କୁ ପଚାରିବାରୁ ଟେକ୍ନିକାଲ ସମସ୍ୟା କାରଣରୁ ପୋଲ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା ା ବର୍ତ୍ତମାନ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁରହିଛି ା ଡିସେମ୍ବର ଶେଷ ସୁଦ୍ଧା ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri