ବିପଦପୂର୍ଣ୍ଣ ଭାବେ ଭରାନଦୀରେ ଯାଉଛନ୍ତି ୧୮ ଗାଁ ଲୋକେ

ରାୟଗଡ଼ା,୨୧।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ୧୮ ଖଣ୍ଡ ଗ୍ରାମର ଗ୍ରାମବାସୀଙ୍କ ମୁଖ୍ୟରାସ୍ତା ପାଲଟିଛି ନାଗାବଳୀ ନଦୀ। ଗ୍ରାମବାସୀ ନଦୀ ଅପରପାର୍ଶ୍ୱରେ ବସବାସ କରୁଥିବାରୁ ଯାତାୟାତରେ ସୁବିଧା ପାଇଁ ନଦୀ ଉପରେ ବିଜୁ ସେତୁ ନିର୍ମାଣ କାର୍ଯ୍ୟ ଗତ ୪ ବର୍ଷ ତଳେ ଆରମ୍ଭ ହୋଇଛି ା ହେଲେ ପୋଲ କାମ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇପାରୁନି ା ଫଳରେ ଦୈନନ୍ଦିନ କାର୍ଯ୍ୟ ଏବଂ ଜରୁରୀ ସେବା ପାଇଁ ଗ୍ରାମବାସୀ ବିପଜ୍ଜନକ ଅବସ୍ଥାରେ ଭରାନଦୀ ପାରିହୋଇ ଯିବାକୁ ବାଧ୍ୟ ହେଉଛନ୍ତି। ରୋଗୀ ଏବଂ ଗର୍ଭବତୀଙ୍କୁ ଡାକ୍ତରଖାନା ନେବା ପାଇଁ ଷ୍ଟ୍ରେଚର ଏବଂ ଭାରରେ ବୋହି ନଦୀ ପାର ହେବା ବ୍ୟତୀତ ଅନ୍ୟ ବିକଳ୍ପ ନାହିଁ ା ରାୟଗଡ଼ା ସଦର ବ୍ଲକ ଶେଷଖାଲ ପଞ୍ଚାୟତ ଅନ୍ତର୍ଗତ ଖିଲିମିସଗୁଡ଼ା ଗ୍ରାମରେ ଗତ ବୁଧବାର ଜଣେ ରୋଗୀଙ୍କୁ ବିପଦସଙ୍କୁଳ ଭାବେ ନଦୀ ପାର କରାଯାଉଥିବା ଦେଖିବାକୁ ମିଳିଥିଲା। ଏହି ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣାର ଉଦାହରଣ ଅନେକ ଥର ଦେଖିବାକୁ ମିଳେ ା ଗ୍ରାମରେ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହୋଇଥିଲା ା କିନ୍ତୁ ଆରମ୍ଭ ହେବାର କିଛି ଦିନ ପରେ ତାହା ବନ୍ଦ ହୋଇଯାଇଥିଲା ା ଫଳରେ ଗ୍ରାମବାସୀ ରୋଗାକ୍ରାନ୍ତ ହେଲେ ଜେମାଦେଇପେଣ୍ଠ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିବାକୁ ପଡ଼େ ା ତେଣୁ ଗ୍ରାମବାସୀ ବାଧ୍ୟ ହୋଇ ବିପଦପୂର୍ଣ୍ଣ ଭାବେ ନଦୀପାର ହୋଇ ଯାତାୟାତ କରୁଥିବା କହିଛନ୍ତି।
ନାଗାବଳୀ ଅପରପାର୍ଶ୍ୱରେ ରହିଥିବା ଖିଲମିସଗୁଡ଼ା, ରାଣାଗୁଡ଼ା, କେରାଣ୍ଡି, ଲୁମ୍ବେସୁ, କାଷଡ଼ା, ତରାମ୍‌, ପାଲମପୁଲିସ, ଚମ୍ପି ଏବଂ ଦୁର୍ଗାପାଡ଼ୁ ସମେତ ୧୮ ଗ୍ରାମର ଲୋକେ ଯାତାୟାତ ନିମନ୍ତେ ବର୍ଷ ବର୍ଷ ଧରି ସମସ୍ୟା ଭୋଗୁଛନ୍ତି ା ତେବେ ଏହାର ସମାଧାନ ପାଇଁ ୨୦୧୯ ମାର୍ଚ୍ଚ ୮ରେ ୧୧ କୋଟି ୫୩ ଲକ୍ଷ ୫୦ ହଜାର ୨୧୨ ଟଙ୍କା ବ୍ୟୟ ଅଟକଳରେ ନଦୀ ଉପରେ ବିଜୁ ସେତୁ ଯୋଜନାରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଆରମ୍ଭ ହୋଇଥିବା ଏହି ପୋଲ ନିର୍ମାଣ ୨୦୨୧ ମାର୍ଚ୍ଚ ୭ ତାରିଖ ମଧ୍ୟରେ କାମ ଶେଷ ପାଇଁ ସମୟସୀମା ଧାର୍ଯ୍ୟ ହୋଇଥିଲା ା ତେବେ ପୋଲ କାମ ଶେଷ ହୋବା ଦୂର କଥା ଏବେ ଅଧାପନ୍ତରିଆ ଅବସ୍ଥାରେ ପଡ଼ି ରହିଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀ ଦିଲୀପ ରାଉତରାୟଙ୍କୁ ପଚାରିବାରୁ ଟେକ୍ନିକାଲ ସମସ୍ୟା କାରଣରୁ ପୋଲ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା ା ବର୍ତ୍ତମାନ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁରହିଛି ା ଡିସେମ୍ବର ଶେଷ ସୁଦ୍ଧା ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri