ମୌଳିକ ସୁବିଧାରୁ ବଞ୍ଚିତ ମିନିଗାଁଗୁଡ଼ାବାସୀ

ପାରଳାଖେମୁଣ୍ଡି, ୧ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରଠାରୁ ମାତ୍ର ୧୦କିମି ଦୂରରେ ଥିବା କାଶୀନଗର ବ୍ଲକ କେ.ସୀତାପୁର ପଞ୍ଚାୟତ ଅନ୍ତର୍ଗତ ମିନିଗାଁଗୁଡ଼ା ଗ୍ରାମରେ ମୌଳିକ ସୁବିଧା ନ ଥିବା ନେଇ ଅଭିଯୋଗ ହୋଇଛି। କେ.ସୀତାପୁର ସରପଞ୍ଚ କେ.ତେଜେଶ୍ୱରରାଓଙ୍କ ନେତୃତ୍ୱରେ ଗ୍ରାମବାସୀମାନେ ମିଳିତ ଭାବେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମକୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଗ୍ରାମରେ ବହୁଳ ମାତ୍ରାରେ ଆଦିବାସୀ ପରିବାର ବସବାସ କରନ୍ତି। ଦେଶ ସ୍ବାଧୀନତା ପରଠାରୁ ଗ୍ରାମକୁ ପକ୍କା ସଡ଼କ, ପାନୀୟ ଜଳ ସୁବିଧା, ଶିକ୍ଷା, ସ୍ବାସ୍ଥ୍ୟ, ଆଲୋକିକରଣ ଆଦିର ବ୍ୟବସ୍ଥା ହୋଇପାରିନି। ଯାହାକି ଜିଲା ସଦର ମହକୁମାଠାରୁ ମାତ୍ର ୧୦କିମି ଦୂରରେ ରହିଥିଲେ ମଧ୍ୟ ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଦୃଷ୍ଟି ନିକ୍ଷେପ କରୁନାହାନ୍ତି। ଏ ନେଇ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଜିଲା ସଦର ମହକୁମାଠାରୁ ୧୦କିମି ଏବଂ ମୁଖ୍ୟ ରାସ୍ତାଠାରୁ ମାତ୍ର ୨ରୁ୩ କିମି ଦୂରତାରେ ରହିଥିଲେ ମଧ୍ୟ ଲୋକେ ବିଲହୁଡା ଦେଇ ଚାଲି ଚାଲି ଯିବା ଆସିବା କରିଥାନ୍ତି। ରାସ୍ତା ନ ଥିବାରୁ ରୋଗୀ ଓ ଗର୍ଭବତୀ ଅବସ୍ଥା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ବର୍ଷା ଦିନରେ ସମ୍ପୂର୍ଣ୍ଣ ଗ୍ରାମକୁ ଏକ ପ୍ରକାର ଯୋଗାଯୋଗ ବିଚ୍ଛିନ୍ନ ହୋଇପଡୁଥିବାର ଜଣାଇଛନ୍ତି। ତେଣୁ ଏହି ସମସ୍ୟାଗୁଡିକର ସମାଧାନ କରିବା ପାଇଁ ପ୍ରଶାସନକୁ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri