ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ସରକାର କାଳିଆ ଯୋଜନା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ), ମିଶନ ଶକ୍ତି ଯୋଜନା ଏବଂ ଲକ୍ଷ୍ମୀ ବସ୍‌ ସେବାକୁ ବନ୍ଦ କରିଦେବା ପାଇଁ ଯୋଜନା ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ବିକାଶ ବିରୋଧୀ। ଆଗାମୀ ନିର୍ବାଚନରେ ଓଡ଼ିଶାବାସୀ ତାହାର ଉଚିତ ଜବାବ ଦେବେ। ବିରୋଧୀ ଯେତେ ଅପପ୍ରଚାର କଲେ ମଧ୍ୟ କାମ ଦେବନାହିଁ ବୋଲି ପାଣ୍ଡିଆନ କହିଛନ୍ତି। ଭଞ୍ଜନଗର ସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ନିଜ ପାଇଁ ଏବଂ କନ୍ଧମାଳ ବିଜେଡି ଏମପି ପ୍ରାର୍ଥୀ ଡ଼.ଅଚ୍ୟୁତ ସାମନ୍ତଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ସାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାୱା ବହୁଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି, ମଧୁ ବାବୁ ପେନସନ୍‌ ଏବଂ ଲକ୍ଷ୍ମୀ ବସ୍‌ ସେବା ଭଳି ଜନମଙ୍ଗଳ ଯୋଜନାଗୁଡ଼ିକୁ ବନ୍ଦ କରିବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଛି। ରାଜ୍ୟ ସରକାର ବର୍ଷକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାବଦକୁ ୩ ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟବୀମା ଯୋଜନାରେ ବର୍ଷକୁ ୩ଶହ କୋଟି ଦେଉଛନ୍ତି। ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ବିକାଶର ଧାରା ଚାଲିଛି। ଆଗାମୀ ଦିନରେ ବିକାଶର ଧାରାକୁ ଆଗକୁ ନେବାପାଇଁ ଆସନ୍ତା ୨୦ ତାରିଖରେ ମୋତେ ଏବଂ ବିଜେଡି ଏମପି ପ୍ରାର୍ଥୀ ଡ.ଅଚ୍ୟୁତ୍‌ ସାମନ୍ତଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବା ପାଇଁ ବିକ୍ରମ ନିବେଦନ କରିଥିଲେ। ସେହିଭଳି କନ୍ଧମାଳ ଏମପି ଡ଼.ସାମନ୍ତ କହିଥିଲେ ରଥି ଏବଂ ସାରଥି ମଧ୍ୟରେ ସମନ୍ବୟ ରହିଲେ ବିକାଶ ଆଗକୁ ଯାଇପାରିବ। ବର୍ତ୍ତମାନ ପାଣ୍ଡିଆନ ସାରଥି ଭୂମିକା ଠିକ୍‌ ଭାବେ ନିଭାଉଥିତ୍ବା ଯୋଗୁ ରାଜ୍ୟରେ ବିକାଶ ହେଉଛି ବୋଲି ଡ. ସାମନ୍ତ କହିଥିଲେ। ଏହାପରେ ପାଣ୍ଡିଆନ ବୁଗୁଡ଼ା ଅଭିମୁଖେ ଯାଇ ସେଠାରେ ପୋଲସରା ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁ ଏବଂ ଆସିକା ଏମପି ପ୍ରାର୍ଥତ୍ନୀ ରଞ୍ଜିତା ସାହୁଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ନିବେଦନ କରିଥିଲେ। ପରେ ସାନଖେମୁଣ୍ଡି ଅଭିମୁଖେ ଯାଇ ସେଠାରେ ମଧ୍ୟ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥତ୍ନୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ ଏବଂ ଏମପି ପ୍ରାର୍ଥତ୍ନୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ଏହାପରେ ସୋରଡ଼ାରେ ବିଜେଡି ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ବାଇଁ ଏବଂ ଏମପି ପ୍ରାର୍ଥତ୍ନୀଙ୍କ ପାଇଁ ଭୋଟ ମାଗିଥିଲେ। ଏହି ଅବସରରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଆସିକା ଏମପି ପ୍ରମିଳା ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri